ରାମଗିରି ଠାରେ ନୂଆ –ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା ): ଗଜପତି ଜିଲା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧ୍ଵନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାମଗିରି ଠାରେ ନୂଆ- ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ଓଡ଼ିଆ ଭାଷା ଓ ଜଗନ୍ନାଥ ସଂସ୍କୃତିକୁ ନେଇ ବିଭିନ୍ନ କ୍ରିୟାକଳାପରେ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଭି. ଗିରିବାବୁଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟରପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ନାୟକ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଅବସରପ୍ରାପ୍ତ ବରିଷ୍ଠ ହିନ୍ଦୀ ଶିକ୍ଷକ ନରସିଂହ ଗୌଡ଼ ଏବଂ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଘୁନାଥ ବଡମୁଣ୍ଡି, ସଂସ୍କୃତ ଶିକ୍ଷକ ବିରଞ୍ଚି ନାରାୟଣ ରଥ ଯୋଗଦାନ କରିଥିଲେ। ଛାତ୍ରୀଛାତ୍ରମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ରଙ୍ଗମଞ୍ଚନିକଟରେ ଏକ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ କୃତିତ୍ଵ ପ୍ରତିଯୋଗୀମାନଙ୍କୁ ପ୍ରମାଣ ପତ୍ର ଟ୍ରଫି ପ୍ରଦାନ କରି ପୁରସ୍କୃତ କରାଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ