ସୁନ୍ଦରପୁର ପଞ୍ଚାୟତରେ ଆମ ଓଡିଶା- ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ) : ସୁନ୍ଦରପୁର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ସୁନ୍ଦରପୁର ସରପଞ୍ଚ ଗଗନ ବେହେରା ଏବଂ ସମିତି ସଭ୍ୟା ସୁଜ୍ଞାନୀ ସେଠି ଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଇଯାଇଛି, ପଞ୍ଚାୟତର ସମସ୍ତ ବିକାଶ ଦିଗରେ ଆଲୋଚନା କରିବା ସହିତ ଗ୍ରାମାଞ୍ଚଳ ର ବିକାଶ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଗୁଡିକୁ ନେଇ ଲୋକଙ୍କୁ ସଚେତନତା କରାଯାଇଥିଲା, ଏହି ଅବସର ରେ ଏକ ପୁସ୍ତିକା ଉନ୍ମୋଚନ ହୋଇଥିଲା, ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଓ ରାଜ୍ୟ କୃଷି ବିପଣନ ନିଗମ ଉପଦେଷ୍ଟା ରାମ ଚନ୍ଦ୍ର ପଣ୍ଡା ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଦ୍ୱାରା ଲୋକେ କିଭଳି ସୁବିଧା ପାଇ ପାରୁଛନ୍ତି ସେ ବିଷୟରେ ଲୋକଙ୍କୁ ସଚେତନତା କରି l ଅନ୍ୟ ମାନଙ୍କ ମଧ୍ୟରେ 19 ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ରଶ୍ମିତା ନାହାକ, 21 ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ଛବିତା ବେହେରା, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ମୁନା ଦାସ, ଛତ୍ରପୁର ବ୍ଲକ ଉପାଧ୍ୟକ୍ଷା ଏସ. ସାରଦା ରେଡ୍ଡୀ, ଛତ୍ରପୁର ବ୍ଲକ ବିଜେଡି ସଭାପତି ପ୍ରବାସୀ ପ୍ରଧାନ,ଛତ୍ରପୁର ବ୍ଲକ ଯୁବ ବିଜେଡି ସଭାପତି କାଳିଆ ନାହାକ,ପୂର୍ବତନ ସମିତି ସଭ୍ୟ ଏନ. ଦୁର୍ଯ୍ୟୋଧନ ରେଡ୍ଡୀ,ଶ୍ରମିକ ନେତା ଶଙ୍କର ପ୍ରସାଦ ଦାଶ ଙ୍କ ସମେତ ବହୁ ଜନ ପ୍ରତିନିଧି, ମହିଳା ଏବଂ ଜନ ସାଧାରଣ ମାନେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡିକ ବିଷୟରେ ଲୋକଙ୍କୁ ସଚେତନତା କରିଥିଲେ l କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା, ଏହି ଅବସର ରେ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ଯୋଗଦେଇ ବିଭାଗପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ସେବା ସମ୍ପର୍କ ରେ କହିଥିଲେ

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ