ସ୍ୱାମୀ ଚିଦାନନ୍ଦ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଳକ ଅନ୍ତର୍ଗତ ବରପଦା ସ୍ଥିତ ସ୍ୱାମୀ ଚିଦାନନ୍ଦ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆଡ଼ମ୍ବର ସହିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତି ସୁଭ୍ରାରାଣି ପଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବ୍ଳକ ଶିକ୍ଷା ଅଧିକାରୀ ରଂଜନ କୁମାର କହଁର ଓ ସମ୍ମାନିତ ଅତିଥି ଭାବେ ସାମ୍ବାଦିକ ଅଶୋକ ମହାନ୍ତି ଯୋଗଦେଇ ଉଦ୍‌ବୋଧନ ଦେଇଥିବା ବେଳେ ନିର୍ଦ୍ଦେଶକ କିଶୋର ପ୍ରଧାନ ବାର୍ଷିକ ବିବରଣୀ ପାଠ କରିବା ସହିତ ସ୍ୱାମୀ ଚିଦାନନ୍ଦ ସରସ୍ୱତୀ ମହାରାଜଙ୍କ ଅପାରକୃପାରୁ ଦୀର୍ଘ ୧୭ ବର୍ଷ ଧରି ଉକ୍ତ ବିଦ୍ୟାଳୟ ଚାଲିଥିବା ବେଳେ ବିଦ୍ୟାଳୟର ଏକାଧିକ ଛାତ୍ରଛାତ୍ରୀ ଏବେ ବହୁ ବଡ଼ ବଡ଼ ପଦବିରେ ରହିଥିବାର ମଧ୍ୟ ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ସଭାପତି ସଚିଦାନନ୍ଦ ସାହୁ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଉପାଧ୍ୟକ୍ଷା ସସ୍ମିତା ବାଗ୍‌ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଶିକ୍ଷୟତ୍ରୀ ନାନସି ପାଟସନ୍‌ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିବା ସହିତ ବିଭିନ୍ନ ସ୍ତରରେ ସ୍ୱତନ୍ତ୍ର ଭାବେ କୃତିଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ସଭାକାର୍ଯ୍ୟ ପରେ ପରେ ବିଦ୍ୟାଳୟର ନର୍ସରୀ ଠାରୁ ଆରମ୍ଭ କରି ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ସମସ୍ତ ଶହ ଶହ ଅଭିଭାବକ , ଛାତ୍ରଛାତ୍ରୀ ଓ ଅନ୍ୟ ଅତିଥିମାନେ ଯୋଗଦେଇଥିବା ବେଳେ କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ