ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜିତ ଅବସରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ):ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସମୂହ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଛି । ଏହି ଅବସରରେ ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ସାଂସଦ ପ୍ରତିନିଧି ଟୁନା ଦାସ, ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ,ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଓ ଉପାଧ୍ୟକ୍ଷ ଶାନ୍ତିଲତା ନାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର ଏବଂ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଅବସରରେ ଏକ ପରିକ୍ରମା ରଥର ଶୁଭାରମ୍ଭ କରିଛନ୍ତି ସାଂସଦ ପ୍ରତିନିଧି ଟୁନା ଦାସ । ଏହି ରଥ ବାଲିଗୁଡ଼ା ଏନ୍ଏସିର ୧୩ଟି ଓ୍ବାର୍ଡ ପରିକ୍ରମା କରି ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ସନ୍ଦେଶ ବାଣ୍ଟିଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଆ ଭାଷାକୁ ବିଶ୍ବ ଦରବାରରେ ପହଁଚାଇବା ପାଇଁ ଯେଉଁ ପଦକ୍ଷେପ ନେଇଛନ୍ତି । ତାହା ନିଶ୍ଚିତ ଭାବେ ସାଢ଼େ ଚାରିକୋଟି ଓଡ଼ିଆଙ୍କ ଗର୍ବ ଓ ଗୌରବ । ଏଣୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସାଂସଦ ପ୍ରତିନିଧି ଟୁନା ଦାସ, ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଉପାଧ୍ୟକ୍ଷା ଶାନ୍ତିଲତା ନାୟକ ଓ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ