ପାଟୁଳିସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୧ ତମ ବାର୍ଷିକ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ପାଟୁଳିସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୧ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ସରପଞ୍ଚ ରଶ୍ମିତା ସ୍ୱାଇଁ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ ଯୋଗ ଦେଇଥିଲେ I ସେହିପରି ସମ୍ମାନିତ ଅତିଥି ରୂପେ ସିଆରସିସି କାଳୁ ଚରଣ ଗୌଡ଼, ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ସଂଯୁକ୍ତା ବିଷୋୟୀ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମାଗୁଣି ମିଶ୍ର,ବାଳକୃଷ୍ଣ ସାବତ,ଦେବରାଜ ପ୍ରଧାନ, ସମାଜସେବୀ ଚୁଡ଼ଙ୍ଗ ସ୍ୱାଇଁ ପ୍ରମୁଖ ମଞ୍ଚାସୀନ ଥିଲେ I ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ I ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ମହାନ୍ତି ମଞ୍ଚ ପରିଚାଳନା କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ I ଅନୁଷ୍ଠାନର ଶିକ୍ଷକ ରବୀନ୍ଦ୍ରନାଥ ସ୍ୱାଇଁ,କୁମର ଜେନା, ଶିକ୍ଷୟିତ୍ରୀ ରଶ୍ମୀବାଳା ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ଛାତ୍ରାଛାତ୍ରୀଙ୍କ ଦ୍ୱାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଅତିଥି, ଅଭିଭାବକ ଏବଂ ଦର୍ଶକଙ୍କୁ ଦୀର୍ଘ ସମୟ ବାନ୍ଧି ରଖିଥିଲା I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ