କରଚୁଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବୁଗୁଡା, (ଅନିଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ କରଚୁଲି ଗ୍ରାମର ଶକୁନ୍ତଳା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫେବୃୟାରୀ ୯ ତାରିଖ ଦିନ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବା ସହ ବିଦ୍ୟାଳୟର ପ୍ରତିଷ୍ଟାତ୍ରୀ ଶକୁନ୍ତଳା ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳନ ହୋଇଯାଇଛି। ବିଦ୍ୟାଳୟର ପ୍ରିନ୍ସପାଲ ଗଦାଧର ମିଶ୍ର ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କଟିଥିଲେ। ମୁଖ୍ୟ ଅତିଥି ଭାବେ ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର ଯୋଗଦେଇ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ପିପୁଲସ କଲେଜ ଅଧ୍ୟାପକ ଡକ୍ଟର ହିମାଂଶୁ ଶେଖର ରଥ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଏମ ଯୋଗେଶ୍ବର ଦୋରା, ସ୍ଥାନୀୟ ସରପଞ୍ଚ ପାର୍ବତୀ ନାୟକ, ସମିତି ସଭ୍ୟ ଶ୍ରୀହର୍ଷ ପ୍ରଧାନ, ସିଆରସିସି ପ୍ରଫୁଲ କୁମାର ସାହୁ ଓ ବିଦ୍ୟାଳୟର ପୂର୍ବତନ କିରାଣୀ ରାଜେନ୍ଦ୍ର କୁମାର ସାହୁ ଯୋଗଦେଇଥିଲେ। ପ୍ରିନ୍ସପାଲ ଶ୍ରୀ ମିଶ୍ର ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ବୃନ୍ଦଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିବା ସହ ଉତ୍ତମ ଭାବେ ପାଠ ପଢିବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ପରିଚାଳନା କମିଟି ସଦସ୍ୟ ବୃନ୍ଦ ସହଯୋଗ କରିଥିଲେ। ଶେଷରେ ନୀଳମଣି ସାହୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ