ସେକ୍ଟର ଅଫିସର ଓ ସେକ୍ଟର ପୋଲିସ ଅଫିସରଙ୍କ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡ଼ା ଜିଲ୍ଲାରେ ୨୦୨୪ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍‌ମାନଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛ । ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର ପ୍ରଦୀପ ପ୍ରଜ୍ଜେ୍ୱାଳନ କରି ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରିଥିଲେ । ନିର୍ବାଚନ କିମିଶନ୍‌ଙ୍କ ନିର୍ଦ୍ଦେଶ ଅନୁଯାୟୀ ନିର୍ବାଚନ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କୁ ଆହ୍ୱାନ ଜଣାଇଥିଲେ । ଭଲ୍‌ନରେବିଲିଟି ମ୍ୟାପିଙ୍ଗ୍ ବା ବିପଦଶଙ୍କୁଳ ବୁଥ୍ ଚିହ୍ନଟିକରଣ ଉପରେ ପିପିଟି ଯୋଗେ ସମସ୍ତଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା । ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍‌ମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପୀତାମ୍ବର ସାମଲ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନିଲୁ ମହାପାତ୍ର, ଉପଜିଲ୍ଲାପାଳ ରବିନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପ-ଜିଲ୍ଲାପାଳ ଅଶୋକ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାରମ୍ଭିକ ସୂଚନା ଓ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଡେପୁଟି କଲେକ୍ଟର (ନିର୍ବାଚନ) ରମେଶ ଚନ୍ଦ୍ର ପଣ୍ଡା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସରମାନେ୍ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ