ବାଲିଭାଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ବେଲଗୁଣ୍ଠା ବ୍ଳକ୍ ବାଲିଭାଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଚଳିତ ବର୍ଷର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୟରାମ ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ରୂପେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷୀକେଶ ବିଶ୍ୱାଳ ଯୋଗ ଦେଇଥିଲେ I ସେହିପରି ସ୍ଥାନୀୟ ସିଆରସିସି ସୁଧୀର କୁମାର ଦାସ, ସରପଞ୍ଚ ସୁପ୍ରଭା ଗୌଡ଼, ସମିତିସଭ୍ୟ ରାଜୀବ ଲୋଚନ ନାଇକ,ପୂର୍ବତନ ସମିତିସଭ୍ୟ ଦେବେନ୍ଦ୍ର ଗୌଡ଼, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଚନ୍ଦ୍ରମଣି ଗୌଡ଼ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବା ସହିତ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ I ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁରଜିତା ମିଶ୍ର, ସୁଜାତା ମିଶ୍ର, ପ୍ରିୟଲତା ପ୍ରଧାନ ଏବଂ ଚନ୍ଦ୍ରକଳା ଲେଙ୍କା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ପ୍ରଧାନ ଶିକ୍ଷକ ଜୟରାମ ବିଷୋୟୀ ଧନ୍ୟବାଦ ଜ୍ଞାପନ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ