ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ହ୍ୱିଲ୍ ଚେୟାର ଦିବସ- ୨୦୨୪ ପାଳିତ

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନଠାରେ ଅନ୍ତର୍ଜାତୀୟ ହ୍ୱିଲ୍ ଚେୟାର ଦିବସ- ୨୦୨୪ ପାଳିତ ହୋଇଯାଇଛି । ଭିନ୍ନକ୍ଷମଙ୍କ ଅନ୍ତର୍ଭୁକ୍ତି, ଅଭିଗମ୍ୟତା ଏବଂ ସଶକ୍ତିକରଣକୁ ପ୍ରୋତ୍ସାହନ ଦେବା ପାଇଁ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ ଯୋଗ ଦେଇଥିବା ବେଳେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ କୃଷ୍ଣ ଚନ୍ଦ୍ର ବେହେରା ଓ ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରିଣୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ପ୍ରମୁଖ ମଞ୍ଚାସୀନ ଥିଲେ Iଭିନ୍ନକ୍ଷମଙ୍କ ଅଧିକାର ତଥା କଲ୍ୟାଣକୁ ଆଗକୁ ବଢ଼ାଇବା ପାଇଁ ଜିଲ୍ଲା ପ୍ରଶାସନ ପ୍ରତିଶୃତିବଦ୍ଧ I ଭିନ୍ନକ୍ଷମ ବ୍ୟକ୍ତିଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ ନିମନ୍ତେ ସମସ୍ତ ଅଂଶଗ୍ରହଣକାରୀ ଏବଂ ସମର୍ଥକମାନଙ୍କୁ ଅଧିକ ଅନ୍ତର୍ଭୁକ୍ତି କରିବା ତଥା ସୁବିଧାଜନକ ପରିବେଶ ସୃଷ୍ଟି ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି I ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସଭିଙ୍କର ମିଳିତ ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ I ଭିନ୍ନକ୍ଷମଙ୍କୁ ସମାଜର ସବୁ ସ୍ତରରେ ସାମାଜିକ ସୁରକ୍ଷା ଯୋଗାଇ ଦେଇ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ବର୍ତ୍ତମାନର ସବୁଠାରୁ ବଡ ଆବଶ୍ୟକତା ବୋଲି ମୁଖ୍ୟ ଅତିଥି ଶ୍ରୀ ନାୟକ ନିଜର ବାର୍ତ୍ତା ରଖିଥିଲେ I କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ କୃଷ୍ଣ ଚନ୍ଦ୍ର ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ଏହି ଅବସରରେ ୫ ଜଣ ହିତାଧିକାରୀଙ୍କୁ ଆଧୁନିକ ସହାୟତା ଉପକରଣ ବଣ୍ଟନ କରାଯାଇଥିଲା I ପରିଶେଷରେ ବିଭିନ୍ନ କୃତି ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା I ଏଠାରେ ସୂଚନା ଥାଉ କି, ଅନ୍ତର୍ଜାତୀୟ ହ୍ୱିଲ୍ ଚେୟାର ଦିବସ- ୨୦୨୪ ପାଳନ ଅବସରରେ ସକାଳ ଘ. ୮.୩୦ ସମୟରେ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ