ଜିଲ୍ଲାସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନାର ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷ୍ୟ ଠାରେ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନାର ପ୍ରସ୍ତୁତି ବୈଠକ ଜିଲ୍ଳାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଅଛି। ଏହି ବୈଠକରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ଚଳିତ ମାର୍ଚ୍ଚ,ଏପ୍ରିଲ ଓ ମେ ମାସରେ ଗ୍ରୀଷ୍ମ ପ୍ରଭାହ ଅଂଶୁଘାତ ନିୟନ୍ତ୍ରଣ ପାଇଁ କିପରି ପ୍ରସ୍ତୁତି ହେବା ଆବଶ୍ୟକ ସେ ବିଷୟରେ ଜିଲ୍ଲାର ଲାଇନ୍ ବିଭାଗୀୟ ଅଧିକାରୀମାନଙ୍କ ସହ ପୁଙ୍ଖାନପୁଙ୍ଖ ଆଲୋଚନା କରଯାଇଥିଲା ଓ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀ ମାନଙ୍କୁ ଗ୍ରୀଷ୍ମ ପ୍ରବାହ ର ପରିଚାଳନା କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି।ଚଳିତ ବର୍ଷର ପ୍ରଥମାର୍ଦ୍ଧରୁ ହିଁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଗଜପତି ଜିଲ୍ଲାରେ ଆରମ୍ଭ ହୋଇଥିବାବେଳେ ଆଗକୁ ଏହା ଆହୁରି ତିବ୍ର ରୂପ ନେବାର ଆଶଙ୍କା ରହିଛି । ତେଣୁ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବିଭିନ୍ନ ସମୟରେ ଅଂଶୁଘାତ ହୋଇ ଜୀବନ ପ୍ରତି ବିପଦ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ତେଣୁ ସ୍ୱାସ୍ଥ୍ୟ ବିଭାଗକୁ ଉପଯୁକ୍ତ ପରିମାଣ ଓଆରଏସ ପେକେଟ ଓ ଔଷଧ ମଜୁଦ ରଖିବା ସହିତ ସଜାଗ ରହିବାକୁ କୁହାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଏକ ସ୍ୱତନ୍ତ୍ର ଅଂଶୁଘାତ କକ୍ଷ କରାଯିବା ସହ ଅଂଶୁଘାତ ରୋଗୀଙ୍କ ପାଇଁ ସମସ୍ତ ପ୍ରକାର ଆଶୁ ଚିକିତ୍ସା ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାପାଇଁ କୁହାଯାଇଥିଲା । ସେହିପରି ସମସ୍ତ ଗ୍ରାମାଞ୍ଚଳ,ପାରଳାଖେମୁଣ୍ଡି ପୌରପରିଷଦ, କାଶୀନଗର ଏନ୍ଏସି, ସମସ୍ତ ବ୍ଲକ ପକ୍ଷରୁ ଜଳଛତ୍ର ମାନ ଖୋଲାଯିବାକୁ ମଧ୍ୟ ଆଲୋଚନା ହୋଇଛି । ଖରାପ ଥିବା ନଳକୂଅକୁ ତୁରନ୍ତ ମରାମତି କରିବାକୁ କୁହାଯାଇଛି l ସେହିପରି ମଧ୍ୟାହ୍ନ ସମୟରେ ବାହାରେ ବୁଲିବାବେଳେ ପାଣି ବୋତଲ,ଛତା, ଟୋପି ତଥା ଓଦା କପଡା ଇତ୍ୟାଦି ମୁଣ୍ଡରେ ପକାଇ ଯାତାୟତ କରିବା ଏବଂ ଏନେଇ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁୁ ବ୍ୟାପକ ସଚେତନ କରାଇବାକୁ ମଧ୍ୟ ବିଭିନ୍ନ ବ୍ୟବସ୍ଥା ପାଇଁ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା ।ଗ୍ରୀଷ୍ମ ଦିନେ ବିଶେଷ କରି ପାନୀୟଜଳ ସମସ୍ୟା ଯେପରି ନ ଉପୁଜେ, ବିଦ୍ୟୁତ ବିଭ୍ରାଟ କିପରି ନ ଘଟେ, ପୋଶୁ ପକ୍ଷୀ ମାନଙ୍କ ଯତ୍ନ ନେବା, ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ରାଜ୍ୟ ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ସକାଳ ସମୟରେ ଖୋଲିବା, ଜୀବନ ରକ୍ଷକ ଔଷଧ ମହଜୁଦ ରଖିବା, ଶ୍ରମିକମାନଙ୍କ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସମୟ ସାରଣୀ ପରିବର୍ତ୍ତନ କରିବା, ଜୀବ ଜନ୍ତୁଙ୍କ ସୁରକ୍ଷା,ଜଙ୍ଗଲ ସୁରକ୍ଷା ଇତ୍ୟାଦି ଦୃଷ୍ଟି ଦେବାକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ସେହିପରି ଅଂଶୁଘାତରେ କାହାର ମୃତ୍ୟୁ ଘଟେ ତେବେ ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।ଏହି ବୈଠକରେ ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍.ଆନନ୍ଦ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ଶ୍ରୀ ରାଜେନ୍ଦ୍ର ମିଞ୍ଜ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼. ଗୁଣନିଧି ନାୟକ,ଉପ-ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀଯୁକ୍ତ ଜଗନ୍ନାଥ ପାଢ଼ୀ ଓ ଜିଲ୍ଳା ବିପର୍ଯ୍ୟ ପରିଚାଳନା ପରାମର୍ଶ ଦାତା ଶ୍ରୀ ପ୍ରଦୋଷ କୁମାର ଶତପଥୀ ସମେତ ଜିଲ୍ଲାର ସମସ୍ତ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମେତ ସମସ୍ତ ଲାଇନ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ