ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପୁରୁଣା ବିଲ୍ଡିଂରେ ଆଜି ଅପରାହ୍ନ ଆକସ୍ମିକ ଅଗ୍ନିକାଣ୍ଡ ଘଟି ସମ୍ପୂର୍ଣ୍ଣ ବିଲ୍ଡିଂଟି ଜଳି ପୋଡି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡ ଫଳରେ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରାୟ ୧୦ଲକ୍ଷ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି । ବିଦ୍ୟୁତ୍ ସର୍ଟ ସର୍କିଟ୍‌ରୁ ଏଭଳି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । କେନ୍ଦ୍ରାପଡାରୁ ଦୁଇଟି ଅଗ୍ନିଶମ ଗାଡି ସେଠାକୁ ଯାଇ ନିଆଁକୁ ଆୟତ କରିଥିଲେ । ପୁରୁଣା ବିଲ୍ଡିଂରେ ଥିବା ଷ୍ଟୋର ରୁମ୍‌, ଓଟି, ଲେବର ରୁମ୍‌, ନିରାମୟ ଓøଷଧ ଷ୍ଟୋର, ଓପିଡି, କ୍ୟାଣ୍ଟିନ ପ୍ରଭୃତି ଅଗ୍ନିକାଣ୍ଡରେ ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଅନିତା ପଟ୍ଟନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ଅଧିକାରୀ ଅଞ୍ଜଳି ତରାଇ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଗୀତାଞ୍ଜଳି ସେଠୀ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ôଚଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ