ଅରଖପୁର ୟୁ.ପି.ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ଅରଖପୁର ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମାର୍ଚ୍ଚ ୪ ତାରିଖ ଦିନ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜୁକ୍ତା କୁମାରୀ ଗୌଡ଼ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ବୁବୁଡ ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ତାଳସାକର ୟୁ.ପି.ସ୍କୁଲ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସେଠୀ, ଖରିଡା ୟୁ.ପି.ସ୍କୁଲ ପ୍ରଧାନ ଶିକ୍ଷକ ପିତାମ୍ବର ଗୌଡ଼, ସିଆରସିସି ବିଶ୍ଵଜିତ ପରିଡା, ଏସଏମସି ସଭାପତି ପ୍ରଫୁଲ ଗୌଡ଼, ଗ୍ରାମ୍ୟ କମିଟି ଅଧିକାରୀ ବିଜୟ ମଳିକ, ଅବସରପ୍ରାପ୍ତ ଶିକ୍ଷକ ଲକ୍ଷ୍ମଣ ଜେନା ଓ ପ୍ରଭାକର ଗୌଡ଼ ଯୋଗଦେଇଥିଲେ। ଶିକ୍ଷକ ସୁଦର୍ଶନ ପାତ୍ର ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶିକ୍ଷକ କମଳ ଲୋଚନ ପାଣିଗ୍ରାହୀ ବାର୍ଷିକ ବିବରଣୀ ପଠନ କରିଥିଲେ। ଉତ୍ତମ ନାଗରିକ ହେବାପାଇଁ ଅତିଥି ବୃନ୍ଦ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେବା ସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ କୀର୍ତ୍ତିଭାନୁ ଖଡଙ୍ଗା ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ମିତ୍ରଭାନୁ ସ୍ୱାଇଁ ଓ ଶ୍ରୀନିବାସ ଆଚାରୀ, ଶିକ୍ଷୟିତ୍ରୀ ରଶ୍ମିତା ସାହୁ, ଏବଂ ସ୍କୁଲ ପରିଚାଳନା କମିଟି ମେମ୍ବର ବୃନ୍ଦ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ