କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠ ରେ ବାର୍ଷିକ ଉତ୍ସବ ପାଳନ

ଭଞ୍ଜନଗର, (ସନ୍ତୋଷ କୁମାର ଜେନା):ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ବ୍ଳକ ଅନ୍ତର୍ଗତ ତୁଳସୀ ପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠ ରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ବିଶିଷ୍ଟ ସାହିତ୍ୟିକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡା ଙ୍କ ସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ର ପୂର୍ବତନ ଅଧ୍ୟକ୍ଷା ଡକ୍ଟର ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ। ଏଥିସହ ପ୍ରାକ୍ତନ ଅଧ୍ୟକ୍ଷ ତଥା ବିଶିଷ୍ଟ ସାହିତ୍ୟିକ ଡକ୍ଟର ମଧୁସୂଦନ ମହାପାତ୍ର ମୁଖ୍ୟବକ୍ତା ଭାବେ ଏବଂ ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ର ପୂର୍ବତନ ଛାତ୍ର ତଥା ଭାରତର ସେନାବାହିନୀରେ ଅଫିସର ଭାଵେ କାର୍ଯ୍ୟରତ ଭେରେଡା ଗ୍ରାମ ନିବାସୀ ପ୍ରବୀଣ କୁମାର ବିଶ୍ବାଳ, ଶିବରାମ ପାଢ଼ୀ,ସି.ଆର୍.ସି.ସି ଅନୁପମା ସାହୁ, ଅଶ୍ଵିନୀ କୁମାର ମଲ୍ଲିକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ର ପରିଚାଳନା କରିଥିଲେ ବିଦ୍ୟାଳୟ ର ସହକାରୀ ଶିକ୍ଷୟିତ୍ରୀ ତେଜସ୍ମିତା ଶତପଥୀ। ବିଭିନ୍ନ ପ୍ରତିଯୋଗିତାରେ ପାରଦର୍ଶିତା ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁପୁରସ୍କୃତ କରାଯାଇଥିଲା | ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା। ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ବହୁ ମୂଲ୍ୟବାନ ଉପଦେଶ ପ୍ରଦାନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ