୩୫ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୦୧ ତାରିଖ ଠାରୁ୧୩ ତାରିଖ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି l ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୭ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ l ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟ ରେ ପହଁଚି ଯାଇଛି l ଏଣୁ ସମଗ୍ର ବାଲିଗୁଡା ଅଞ୍ଚଳ ବାସୀଙ୍କୁ ସମିତି ତରଫରୁ ବିନମ୍ର ଅନୁରୋଧ ଯେ, ଏପ୍ରିଲ ୦୧ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ସମଗ୍ର ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ଅନୁଷ୍ଠାନ ରେ ବିକ୍ରି ଓ ସେବନ ବନ୍ଦ କରି ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l ତେର ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୭ ତାରିଖ ରବିବାର ସକାଳ ୮ ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ୧୩ ଦଣ୍ଡ ଥଳଙ୍କୁ ବରଣ କରାଯିବ l ଦିବା ଘ.୧୧.୩୦ମି ସମୟରେ ଟାଉନର ମୁଖ୍ୟ ରାସ୍ତା ରେ ଧୂଳିଦଣ୍ଡ , ଅପରାହ୍ନ ଘ.୪.୩୦ମି. ରେ ଆଦର୍ଶ ପୁଷ୍କରିଣୀ ରେ ପାଣିଦଣ୍ଡ ,ସନ୍ଧ୍ୟା ୦୫ ଘଟିକାରେ ସବୁଠାରୁ ବିଶେଷ ଆକର୍ଷଣ ବଜାର ଛକରେ ତେର ଦଣ୍ଡର ଏକ ମହା ମିଳନ ଆୟୋଜନ କରାଯିବ l ରାତ୍ର ୮ଘଣ୍ଟ ରୁ ୧୨ଘଣ୍ଟ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ଏବଂ ରାତ୍ର ୧୧ ଘଟିକାରେ ଝୁଣା ଦଣ୍ଡ ପଟୁଆର ସହ ୮ ତାରିଖ ସୋମବାର ଦିନ ସକାଳ ୮ ଘଟିକାରେ ଯାତ୍ରା ସମାପନ ହେବ,ଏଣୁ ସମସ୍ତ ଅଞ୍ଚଳ ବାସୀ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟା ରେ ଯୋଗ ଦେବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ