ଆଜି ମଙ୍ଗଳବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ଆଜି ଆପଣଙ୍କୁ ନୂତନ ନିଯୁକ୍ତିର ମିଳିବାର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍‌ ପରିଶ୍ରମ କରି ଶେଷରେ କୃତକାର୍ଯ୍ୟ ହେବେ। ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।ପ୍ରତିକାର- ରାମରକ୍ଷା ସ୍ତୋତ୍ର ପାଠ କରନ୍ତୁ।

ବୃଷ :-ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ।କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।ପ୍ରତିକାର- ପାଞ୍ଚଟି ତ୍ରୀଶାଖା ବେଲପତ୍ର ଶିବଲିଙ୍ଗରେ ଚଢାନ୍ତୁ।

ମିଥୁନ :-ପାରିବାରିକ ସମସ୍ଯାକୁ ନେଇ ମନ ଅସ୍ଥିର ରହିବ। ଯେଉଁମାନଙ୍କୁ ସାହାଯ୍ୟ ସହଯୋଗ କରିଥିଲେ ପରୋକ୍ଷରେ ସେମାନେ ଆପଣଙ୍କ ବିପକ୍ଷରେ ଯିବେ। ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।ପ୍ରତିକାର- ସାତଟି ଦୁବ ଗଣେଶଙ୍କୁ ଚଢାନ୍ତୁ।

କର୍କଟ :-କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ଜୀବନ ସାଥୀର ସହଯୋଗ ପାଇବେ ଅଚାନକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ବିଜୟୀ ହେବେ। ସୁସମାଚାର ଶୁଣି ଆନନ୍ଦିତ ହେବେ।ପ୍ରତିକାର- ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ।

ସିଂହ :-ପୂର୍ବରୁ ଲାଗି ରହିଥିବା ବାଦବିବାଦରେ ଆଶୁ ସମାଧାନ ହୋଇଯିବ।ବାଣିଜ୍ୟ, ବ୍ୟବସାୟରେ ଆୟ ବୃଦ୍ଧି ଘଟିବ କର୍ମକ୍ଷେତ୍ରରେ ଉଚ୍ଚ କତୃପକ୍ଷଙ୍କ ଦ୍ଵାରା ପ୍ରଶଂସିତ ହେବେ ଶତୃମାନେ ପରାଜିତ ହେବେ।ଦେହ ମନ ସୁସ୍ଥ ରହିବ। ପ୍ରତିକାର- ଓଁ ଘୃଣି ସୂର୍ଯ୍ଯାୟ ନମଃ ଏହି ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ

କନ୍ୟା :-ଆଜି ଆପଣ ଯଗିରଖି ଚଳନ୍ତୁ ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପରିଶ୍ରମ ଅନୁଯାୟୀ ଆଶାଜନକ ଶୁଭ ଫଳ ପାଇବେ ନାହିଁ।
ପ୍ରତିକାର- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ତୁଳା :-ଆଜି ବ୍ୟବସାୟରେ ଆୟ ମଧ୍ୟମ ହେବ । ନିଜର ଉପସ୍ଥିତ ବୁଦ୍ଧି ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ମୂଲ୍ୟବାନ ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।ପ୍ରତିକାର- ମା ଲକ୍ଷ୍ମୀଙ୍କ ସହସ୍ରନାମକୁ ଜପ କରନ୍ତୁ।

ବିଛା :-ଆଜି କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାନୁରୂପ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ପରିବାରର ସାହାଯ୍ୟ ସହଯୋଗ ପାଇବାରୁ ମନ ପ୍ରଫୁଲ୍ଲିତ ରହିବ।ପ୍ରତିକାର- ହନୁମାନଙ୍କୁ ଦର୍ଶନ କରିବା ସହିତ ରାଶି ତେଲର ଦୀପଟିଏ ଜାଳନ୍ତୁ ।

ଧନୁ :-ଆଜି ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ନାହିଁ କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ ।ଯାତ୍ରା ସମୟରେ ସତର୍କ ଅବଲମ୍ବନ କରନ୍ତୁ ଯାନ୍ତ୍ରିକ ତ୍ରୁଟି ବା ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ।

ମକର :-ଆଜି ଆପଣଙ୍କର ବହୁଦିନର ଆଶା ପୂରଣ ହେବ। ଯଶ, ମାନ ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।ପ୍ରତିକାର- ଶିବଙ୍କ ପାଖରେ କର୍ପୁର ଆଳତୀ କରି ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ।

କୁମ୍ଭ :-ଅଟକିଥିବା କାମକୁ ପୁଣି ଆରମ୍ଭ କରିବେ ସମ୍ପୂର୍ଣ୍ଣ କରିବେ। ବ୍ୟବସାୟରେ ଆୟ ବୃଦ୍ଧି ଘଟିବ । ପୂର୍ବର ଯୋଜନାକୁ ପରିବର୍ତ୍ତିତ କରି ପ୍ରଶଂସିତ ହେବେ। ବକେୟା ଅର୍ଥ ଆଦାୟ ପାଇଁ ଦିନଟି ଅନୁକୂଳ ରହିବ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ।ପ୍ରତିକାର: କୁଆ ଓ ପାରାଙ୍କୁ କିଛି ଶସ୍ୟ ଖାଇବାକୁ ଦିଅନ୍ତୁ।

ମୀନ :-ଆଜି ଆକସ୍ମିକ ଧନଲାଭର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଯାତ୍ରାରେ ଶୁଭଫଳ ମିଳିବ ।ଶାରୀରିକ ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ ।ବିଦ୍ୟାର୍ଥୀମାନଙ୍କୁ ସଫଳତା ମିଳିବ ବିଦ୍ଯାକ୍ଷତ୍ରରେ ପରିଶ୍ରମ ଜାରି‌ ରଖିବେ । ମହିଳାମାନେ ଆନନ୍ଦିତ ହେବେ ।ପ୍ରତିକାର- ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ