୩୫ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଲା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଚଳିତ ମାସ ୦୧ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି l ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୭ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ l ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟ ରେ ପହଁଚି ଯାଇଛି l ଏଥିରେ ବାଲିଗୁଡ଼ା, ମେଲସିକିଆ , ମୋହନଗିରୀ, କତେରୀଭଟ୍ଟା, ରେବିଙ୍ଗିଆ, ରୁତୁଙ୍ଗିଆ, ଗୁଡ୍ରିଗାଁ, ଦଣ୍ଡପଦର, ପୋଖରୀବନ୍ଧ, ବାଟାଗୁଡା, ବାରଖମା, ସିଟୁପଡ଼ି ଓ ପ୍ରଥମ ଥର ପାଇଁ ଜିଲ୍ଲା ବାହାରୁ ଅର୍ଥାତ ରାୟଗଡା ଜିଲ୍ଲା ମୁନିଗୁଡ଼ା ଅଞ୍ଚଳର ଦଣ୍ଡ ନାଚ ଯୋଗ ଦେଉଛନ୍ତି l ଏଣୁ ଏଭଳି ଏକ ଧାର୍ମିକ କାର୍ଯ୍ୟରେ ଉପସ୍ଥିତ ରହି ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l ତେର ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୭ ତାରିଖ ରବିବାର ସକାଳ ୮ ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ୧୩ ଦଣ୍ଡ ଥଳଙ୍କୁ ବରଣ କରାଯିବ l ଦିବା ଘ.୧୧.୩୦ମି ସମୟରେ ଟାଉନର ମୁଖ୍ୟ ରାସ୍ତାରେ ଧୂଳିଦଣ୍ଡ , ଅପରାହ୍ନ ଘ.୪.୩୦ମି. ରେ ଆଦର୍ଶ ପୁଷ୍କରିଣୀ ରେ ପାଣିଦଣ୍ଡ ,ସନ୍ଧ୍ୟା ୦୫ ଘଟିକାରେ ସବୁଠାରୁ ବିଶେଷ ଆକର୍ଷଣ ବଜାର ଛକରେ ତେର ଦଣ୍ଡର ଏକ ମହା ମିଳନ ଆୟୋଜନ କରାଯିବ l ରାତ୍ର ୮ଘଣ୍ଟ ରୁ ୧୨ଘଣ୍ଟ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ଏବଂ ରାତ୍ର ୧୧ ଘଟିକାରେ ଝୁଣା ଦଣ୍ଡ ପଟୁଆର ସହ ୮ ତାରିଖ ସୋମବାର ଦିନ ସକାଳ ୮ ଘଟିକାରେ ଯାତ୍ରା ସମାପନ ହେବ,ଏଣୁ ସମସ୍ତ ଅଞ୍ଚଳ ବାସୀ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l ଉକ୍ତ ଦିନ ସମସ୍ତ ପ୍ରକାର ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ବାଲିଗୁଡା ପୋଲିସ, ସମସ୍ତ ପ୍ରଶାସନିକ ଅଧିକାରୀ , ସ୍ୱେଚ୍ଛାସେବୀ ଅନୁଷ୍ଠାନ, ନାରୀ ସଂଘ, ସ୍ୱୟଂ ସହାୟକ ଗୋଷ୍ଠୀ ଭଳି ବିଭିନ୍ନ ଅନୁଷ୍ଠାନ ସହଯୋଗ କରିବା ପାଇଁ ସମ୍ମତି ପ୍ରକାଶ କରିଛନ୍ତି l

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ