କାର ସହ ବାଇକ୍ ମୁହାଁମୁହିଁ ଧକ୍କା, ବାଇକ୍ ଚାଳକ ଗୁରୁତର

ହିଞ୍ଜିଳିକାଟୁ,(ସୁଧାନିଧି ଚୌଧୁରୀ): ରବିବାର ରାତ୍ର ପ୍ରାୟ ସାଢେ ୮ ଘଣ୍ଟା ସମୟରେ ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଶ୍ୟାମଳାଇ ଛକ ନିକଟରେ କାର (ଓଡି୧୨ ବି ୦୩୫୭) ସହ ଏକ ବାଇକର ମୁହାଁମୁହିଁ ଧକ୍କା ଘଟିଛି। ଦୂର୍ଘଟଣାରେ ବାଇକ୍ ଚାଳକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ନନ୍ଦିକ ଗ୍ରାମର ବିଭୁତି ଭୁଷଣ ପରିଡା (୩୦) । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଖବର ପାଇ ହିଞ୍ଜିଳି ପୁଲିସ ପୁଲିସ ଦୂର୍ଘଟଣା ସ୍ଥଳରେ ପହଞ୍ଚି ଉଭୟ ଗାଡିକୁ ଥାନାକୁ ଆଣି ଘଟଣାର ତଦନ୍ତ ଚଳାଇଛି। ପ୍ରକାଶ ଯେ, ରବିବାର ରାତିରେ ବିଭୁତି ବାଇକ୍ ଯୋଗେ ବୁରୁପଡା ଠାରୁ ଗାଁ କୁ ଯାଉଥିବା ବେଳେ ବ୍ରହ୍ମପୁର ଠାରୁ ଆସିକା ଅଭିମୁଖେ ଯାଉଥିବା ଏକ କାର ସହ ଶ୍ୟାମଳାଇ ଛକ ନିକଟରେ ମୁହାଁମୁହିଁ ଧକ୍କା ଘଟିଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ