ସଦର ବିଜେପି କାର୍ଯ୍ୟାଳୟରେ ‘ମହା ମିଶ୍ରଣ ପର୍ବ’

ବାଲେଶ୍ୱର, (ସରୋଜ ପଣ୍ଡା):ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ଓଡିଶାରେ ଡବଲ ଇଞ୍ଜିନ ସରକାର ହେବାକୁ ଯାଉଅଛି । ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଗ୍ୟାରେଣ୍ଟିକୁ ଭରସା କରି ସାରା ଓଡିଶାରେ ତୃଣମୂଳ ସ୍ତରରୁ ବହୁ ନେତା ଓ କର୍ମୀ ଭାରତୀୟ ଜନତା ପାର୍ଟିରେ ସାମିଲ ହେଉଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ସଦର ବିଜେପି କାର୍ଯ୍ୟାଳୟରେ ସଦର ବିଜେପି ପକ୍ଷରୁ ‘ମହା ମିଶ୍ରଣ ପର୍ବ’ ଅନୁଷ୍ଠିତ ହୋଇଯାଇଅଛି । ସଦର ବିଜେପିର ବିଧାୟକ ପ୍ରାର୍ଥୀ ମାନସ କୁମାର ଦତ୍ତଙ୍କ ନେତୃତ୍ୱରେ କୁରାଡିହା ପଞ୍ଚାୟତର ବହୁ ବିଜେଡି ଓ କଂଗ୍ରେସ ଦଳର ନେତା ଏବଂ କର୍ମୀ ଦଳ ପରିତ୍ୟାଗ କରି ଆଜି ବିଧିବଦ୍ଧ ଭାବେ ବିଜେପି ପରିବାରରେ ସାମିଲ ହୋଇଛନ୍ତି । ସମସ୍ତଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଯାଇ ଦଳରେ ସାମିଲ କରାଯାଇଥିଲା । ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ହୋଇ ତଥା ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ସାଂସଦ ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଓ ବିଧାୟକ ପ୍ରାର୍ଥୀ ମାନସ କୁମାର ଦତ୍ତଙ୍କ ଦୃଢ କାର୍ଯ୍ୟଦକ୍ଷତା ଏବଂ ନେତୃତ୍ୱ ଉପରେ ଭରସା ରଖି ବହୁ ସଂଖ୍ୟାରେ ବିଜୁ ଜନତା ଦଳର ନେତା ବିଜେପିରେ ଯୋଗଦାନ କରିଛନ୍ତି । ଆଜି ଓଡିଶାରେ ଜନସାଧାରଣ ବିଜୁ ଜନତା ଦଳର ଅତ୍ୟାଚାରରେ ଅତିଷ୍ଠ ହୋଇ ପଡିଲେଣି । ଦୀର୍ଘ ୨୪ ବର୍ଷ ଶାସନରେ ଆଜି ଓଡିଶାରେ ଦୁର୍ନୀତି, ଭ୍ରଷ୍ଟାଚାର ଚରମ ସୀମାରେ ପହଞ୍ଚିଛି । ଦଳରେ ମିଶିଥିବା ଅନୁଭବୀ ନେତା ଓ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତି ବୁଥ ସ୍ତରରେ ଦଳର ସାଙ୍ଗଠନିକ ସ୍ଥିତିକୁ ଆହୁରି ଅଧିକ ସୁଦୃଢ କରିବା ସହିତ ଅଧିକରୁ ଅଧିକ ଜନତାଙ୍କ ଆସ୍ଥାଭାଜନ ହେବାରେ ସହାୟକ ହେବ ବୋଲି ବିଧାୟକ ପ୍ରାର୍ଥୀ ମାନସ ଦତ୍ତ ମତପ୍ରକାଶ କରିଛନ୍ତି ।ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ରବିନାରାୟଣ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପର୍ଶୁରାମ ବେହେରା, ବରିଷ୍ଠ ନେତ୍ରୀ ସୁଷମା ବିଶ୍ୱାଳ, ମଣ୍ଡଳ ପ୍ରଭାରୀ ଗଙ୍ଗାଧର ରାଉତ, ପୂର୍ବତନ ନଗର ସଭାପତି ସୀତାକାନ୍ତ ସ୍ୱାଇଁ, ସୁଜିତ ଦେବ, ମଣ୍ଡଳ ସଭାପତି ତପନ ଗିରି, ଅନନ୍ତ ନାୟକ, ରାଜେନ୍ଦ୍ର ଚାଟାର୍ଜୀ, କାଉନସିଲର ସତ୍ୟଶିବ ସୁନ୍ଦର ଦାଶ ଓ ରୋଜାଲିନ ପାଣି, ସରପଞ୍ଚ ରବିନାରାୟଣ ପ୍ରଧାନ, ନାଏବ ସରପଞ୍ଚ ସୁମିତ୍ରା ବାରିକ, ମଣ୍ଡଳ ସାଧାରଣ ସମ୍ପାଦକ କାର୍ତ୍ତିକ ପ୍ରଧାନ, ସସ୍ମିତା ଦାଶ, ପୁରୁଷୋତ୍ତମ ବାରିକ, ଶଶିକାନ୍ତ ମିଶ୍ର, ମନୋରଞ୍ଜନ ବାରିକ, ରାଜେନ୍ଦ୍ର ବାରିକ, ନରେନ୍ଦ୍ର ମହାଳିକ, ବରେନ୍ଦ୍ର ପ୍ରଧାନ, ସୁଧାକର ବାରିକ, ରବୀନ୍ଦ୍ର ଦାସ, ପଞ୍ଚାନନ ଜେନା, ବିଜୟ ଜେନା, ଶଶିକାନ୍ତ ସାମଲ, ନିରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ