ଆଜି ବୁଧବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିବେ ମନ ପ୍ରଫୁଲିତ ରହିବ‌ ।ପ୍ରତିକାର-ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ ।

ବୃଷ :-ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ପୂର୍ବର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ସାହାଯ୍ୟ କରିବ ନାହିଁ। ପରିବାରରେ ଭୁଲ୍ ବୁଝାମଣା ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହେବ ।ପ୍ରତିକାର-ଦରିଦ୍ର ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ।

ମିଥୁନ :-ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ ଆର୍ଥିକ ସମସ୍ୟାର ସମାଧାନ ହେବ। ଆଶା ଆଶଙ୍କା ଦୂର ହୋଇଯିବ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ।ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ :-ଆଜି ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ ବନ୍ଧୁ ଦର୍ଶନର ସୁଯୋଗ ଅଛି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

ସିଂହ :-ବିଳମ୍ବିତ ହେଲେ ମଧ୍ୟ ସମସ୍ତ ବାଧାବିଘ୍ନ ଦୂର ହେବା ସହ କାର୍ଯ୍ୟ ସାଧିତ ହେବ ଦାମ୍ପତ୍ୟ ଜୀବନ ସୁଖମୟ ହେବ, କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ବ୍ୟବସାୟ ବାଣିଜ୍ୟ ପରିବହନରେ ପାଇଁ ଦିନ ଶୁଭ ପ୍ରଦ ହେବେ ‌ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ ‌।

କନ୍ୟା :-ଆଜି ପ୍ରତ୍ୟେକ ପରିସ୍ଥିତିକୁ କୌଶଳ କ୍ରମେ ସମାଧାନ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରି ପାରନ୍ତି।ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଳାନ୍ତୁ।

ତୁଳା :-ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ, କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ମହିଳାମାନେ ନିଜର ଦକ୍ଷତା ଯୋଗ୍ୟତା ବଳରେ ପ୍ରଶଂସିତା ହେବେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିବେ।ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।

ବିଛା :-ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ ‌ ଯେକୌଣସିମତେ ଅର୍ଥ ରୋଜଗାରର କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନ ଶୁଭ ପ୍ରଦ ହେବ ବକେୟା ଅର୍ଥ ହସ୍ତଗତ ହେବ । କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରି ମାନପତ୍ର ସହିତ ପ୍ରଶଂସିତ ହେବେ ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।

ଧନୁ :-ଆଜି ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।

ମକର :-ଆଜି ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।ଅପରାହ୍ନରେ କୌଣସି ଶୁଭ ସମାଚାର ପାଇଁ ମନ ପ୍ରଫୁଲିତ ରହିବ‌।ପ୍ରତିକାର-ମା କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।

କୁମ୍ଭ :-ଆଜି ଯଗିରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ ।ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।ପ୍ରତିକାର-ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ ।

ମୀନ :-ଆଜି ଦିନଟି ଆପଣଙ୍କ ପାଇଁ ଲାଭ ପ୍ରଦ ହେବ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ‌ନିଜର ଜ୍ଞାନ ପାଣ୍ଡିତ୍ୟ ବଳରେ ଯୋଗ୍ୟ ବିବେଚିତ ହେବେ ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ