ରସଲପୁରରେ ସଦର ବିଜେପିର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ସଦର ବିଧାନସଭା ଅନ୍ତର୍ଗତ ରସଲପୁର ପଞ୍ଚାୟତରେ ବାଲେଶ୍ୱର ଲୋକସଭାର ବିଜେପି ସାଂସଦ ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଓ ସଦର ବିଧାନସଭାର ବିଜେପି ବିଧାୟକ ପ୍ରାର୍ଥୀ ମାନସ କୁମାର ଦତ୍ତଙ୍କ ନେତୃତ୍ୱରେ ସଦର ବିଜେପି ପକ୍ଷରୁ ଏକ ବିଶାଳ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଅଛି । ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଗ୍ୟାରେଣ୍ଟିକୁ ଭରସା କରି ସାରା ଓଡିଶାରେ ତୃଣମୂଳ ସ୍ତରରୁ ବହୁ ନେତା ଓ କର୍ମୀ ଭାରତୀୟ ଜନତା ପାର୍ଟିରେ ସାମିଲ ହେଉଛନ୍ତି । ଏହି ପରିପ୍ରେକ୍ଷୀରେ ରସଲପୁରରେ ସଦର ବିଜେପି ପକ୍ଷରୁ ଆୟୋଜିତ ‘ମହା ମିଶ୍ରଣ ପର୍ବ’ରେ ବହୁ ବିଜେଡି ଓ କଂଗ୍ରେସ ଦଳର ନେତା ଏବଂ କର୍ମୀ ଦଳ ପରିତ୍ୟାଗ କରି ଆଜି ବିଧିବଦ୍ଧ ଭାବେ ବିଜେପି ପରିବାରରେ ସାମିଲ ହୋଇଛନ୍ତି । ସମସ୍ତ ବନ୍ଧୁଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଯାଇ ଦଳରେ ସାମିଲ କରାଯାଇଥିଲା । ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ହୋଇ ତଥା ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ସାଂସଦ ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଓ ବିଧାୟକ ପ୍ରାର୍ଥୀ ମାନସ କୁମାର ଦତ୍ତଙ୍କ ଦୃଢ କାର୍ଯ୍ୟଦକ୍ଷତା ଏବଂ ନେତୃତ୍ୱ ଉପରେ ଭରସା ରଖି ବହୁ ସଂଖ୍ୟାରେ ବିଜୁ ଜନତା ଦଳର ନେତା ବିଜେପିରେ ଯୋଗଦାନ କରିଛନ୍ତି । ଗତ ଉପ ନିର୍ବାଚନରେ ଶାସକ ଦଳର ପ୍ରତିଶୃତି କେବଳ ପ୍ରତିଶୃତିରେ ହିଁ ରହିଯାଇଛି । ବାଲେଶ୍ୱର ସଦର ବିଧାନସଭାର ବହୁ ସାଧାରଣ ଲୋକ ଆଜିବି ନିଜ ମୌଳିକ ସୁବିଧାରୁ ବଞ୍ଚିତ ହୋଇଯାଇଛନ୍ତି । ଆଜି ଓଡିଶାରେ ଜନସାଧାରଣ ବିଜୁ ଜନତା ଦଳର ଅତ୍ୟାଚାରରେ ଅତିଷ୍ଠ ହୋଇ ପଡିଲେଣି । ଦୀର୍ଘ ୨୪ ବର୍ଷ ଶାସନରେ ଆଜି ଓଡିଶାରେ ଦୁର୍ନୀତି, ଭ୍ରଷ୍ଟାଚାର ଚରମ ସୀମାରେ ପହଞ୍ଚିଛି । ଦଳରେ ମିଶିଥିବା ଅନୁଭବୀ ନେତା ଓ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତି ବୁଥ ସ୍ତରରେ ଦଳର ସାଙ୍ଗଠନିକ ସ୍ଥିତିକୁ ଆହୁରି ଅଧିକ ସୁଦୃଢ କରିବା ସହିତ ଅଧିକରୁ ଅଧିକ ଜନତାଙ୍କ ଆସ୍ଥାଭାଜନ ହେବାରେ ସହାୟକ ହେବା ବୋଲି ସମସ୍ତେ ମତପ୍ରକାଶ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ମଣ୍ଡଳ ସଭାପତି ତପନ ଗିରି, ମଣ୍ଡଳ ପ୍ରଭାରୀ ଗଙ୍ଗାଧର ରାଉତ, ରାଜେନ୍ଦ୍ର ଚାଟାର୍ଜୀ, ଜଗଦାନନ୍ଦ ବେହେରା, ପିଣ୍ଟୁ ନାୟକ, ଜଳଧର ଜେନା, ଧନଞ୍ଜୟ ମହାନ୍ତି, ବାଇଧର ବେହେରା, ଶଙ୍କର୍ଷଣ ପ୍ରଧାନ, ଅକ୍ଷୟ ନାୟକ, ଭାଗବତ ଗିରି, ମକରନ୍ଦ ଦଳାଇ, ବୀର ମାଝୀ, କୃପାନନ୍ଦ ବଢେଇ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ