ବାଲେଶ୍ବର ପୌରପରିଷଦ ୫ନଂ ୱାର୍ଡରେ ବିଜୁ ଜନତା ଦଳର ଘରେ ଘରେ ଶଂଖ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲେଶ୍ୱର, (ସରୋଜ ପଣ୍ଡା):ଆଜି ବାଲେଶ୍ବର ପୌରପରିଷଦ ୫ନଂ ୱାର୍ଡରେ ଅନୁଷ୍ଠିତ ହୋଇଥିଲା ଘରେ ଘରେ ଶଂଖ କାର୍ଯ୍ୟକ୍ରମ।ଏହି ଅବସରରେ ବାଲେଶ୍ବର ବିଧାୟକ ସ୍ବରୂପ କୁମାର ଦାସ ଏବଂ ସାଂସଦ ପାର୍ଥିନୀ ଲେଖାଶ୍ରୀ ସାମନ୍ତସିଂହାର ଘରକୁ ଘର ବୁଲି ନବୀନ ପଟ୍ଟନାୟକଙ୍କ ଜନ କଲ୍ୟାଣ ଯୋଜନା ଏବଂ ମହିଳା ମାନଙ୍କ ପାଇଁ ବିଭିନ୍ନ ଯୋଜନା ବିଷୟରେ ସଚେତନତା କରାଇବା ସହ ଆସନ୍ତା ଜୁନ ୧ ତାରିଖରେ ଉଭୟ ସାଂସଦ ଏବଂ ବିଧାୟକ ପାର୍ଥିଙ୍କୁ ଶଂଖ ଚିହ୍ନରେ ଆଶିର୍ବାଦ ଭିକ୍ଷା କରିଥିଲେ।ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ତଥା ଆମ ଓଡିଶା ନବୀନ ଓଡିଶା ବାଲେଶ୍ବର ଜିଲ୍ଲା ସଂଯୋଜକ ରଂଜନ ବାଗ, ପୌରପରିଷଦ ଉପାଧ୍ୟକ୍ଷ କୈଳାସ ସେଠୀ,ପୂର୍ବତନ ଉପାଧ୍ୟକ୍ଷ ମନୋଜ ରାଉତ,୫ନଂ ୱାର୍ଡର କାଉନସିଲର ମୀତା ପଟ୍ଟନାୟକ,ବିଜେଡି ରାଜ୍ୟ ଯୁଗ୍ତ ସମ୍ପାଦକ ସତ୍ୟ ରଂଜନ ଦାସ,ବିଜୁ ଯୁବ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଧିରେନ ନାୟକ,ଟାଉନ ଯୁବ ସଭାପତି ଉମାଶଙ୍କର ତିଆଡି,ୱାର୍ଡ ସଭାପତି ଦେବାଶିଷ ଦାଶ,ନାରୀ ନେତ୍ରୀ ରାଜଲକ୍ଷ୍ମୀ ଚାଟ୍ଟାଜୀ ପ୍ରମୁଖ ସାମିଲ ହୋଇ ବିଜୁ ଜନତା ଦଳ ପାଇଁ ପ୍ରଚାର କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ