ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଓଡିଶାର ଏକ ଦମ୍ପତି

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୩ ତମ ଶିଶୁଙ୍କୁ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ପୋଷ୍ୟ ସନ୍ତାନ ଭାବେ ଜଗତସିଂପୁର, ଓଡିଶାର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନା ପ୍ରକାରେ ପିତୃମାତୃ ହୀନ ଏହି ଶିଶୁପୁତ୍ରଙ୍କୁ, ଶିଶୁ ମଙ୍ଗଳ ସମିତିର ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର, ପାରଳାଖେମୁଣ୍ଡିଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରାଯାଉଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଙ୍କୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଜିଲ୍ଲାରେ ଥିବା ଏକମାତ୍ର ସ୍ବତନ୍ତ୍ର ପୌଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର “ନିସାନ୍ ସାଲୋମ୍” ମାଧ୍ୟମରେ ଅପଲୋଡ଼୍ କରାଯାଇଥିଲା ଯାହାଦ୍ବାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା। ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ଚାରି ବର୍ଷ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଓଡିଶାର ଏକ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତି ଶାରିରୀକ ସ୍ତରରେ ଶିଶୁଙ୍କୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଙ୍କୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଙ୍କୁ ପାଇ ଉକ୍ତ ଦମ୍ପତି ଜଣକ ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା। ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରୀପାଠୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ