ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା କର୍ମଚାରୀ ଙ୍କ ଲାଗି ପୋଷ୍ଟାଲ ଭୋଟିଂ ପ୍ରକ୍ରିୟା ଆରମ୍ଭ

ଛତ୍ରପୁର , (ଯୁଗାବ୍ଦ ନ୍ୟୁଜ) : ଗଞ୍ଜାମ ଜିଲ୍ଲାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା କର୍ମଚାରୀ ଙ୍କ ପାଇଁ ପୋଷ୍ଟାଲ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି l ମଙ୍ଗଳବାର ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ରେ ବ୍ରହ୍ମପୁର ଲୋକସଭା ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ବିଧାନସଭା ଆସନ ପାଇଁ ଏହି ମତ ଦାନ ପ୍ରକ୍ରିୟା ଆରମ୍ଭ ହୋଇଛି l ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା କର୍ମଚାରୀ ମାନେ ଏହି ପ୍ରକ୍ରିୟାରେ ନିଜ ନିଜ ମତଦାନ କରିବେ l ଏହି ପ୍ରକ୍ରିୟା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ