ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ବାଲେଶ୍ୱର ଜିଲ୍ଲା ଗସ୍ତ ଓ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

ବାଲେଶ୍ୱର , (ସରୋଜ ପଣ୍ଡା) : ବାଲେଶ୍ୱର ଜିଲ୍ଲାରେ ଅନୁଷ୍ଠିତ ହେବାକୁଥିବା ସାଧାରଣ ନିର୍ବାଚନର ସୁପରିଚାଳନା ନିମନ୍ତେ ପ୍ରସ୍ତୁତି ଓ ପଦକ୍ଷେପର ତଦାରଖ ପାଇଁ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସମୀକ୍ଷା ବୈଠକ କରିଛନ୍ତି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ଆଶୀଷ ଠାକରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବାଲେଶ୍ୱର ପାଇଁ ନିଯୁକ୍ତ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଶ୍ରୀ ବିକାଶ ସିଂ, ସୁଶ୍ରୀ ଅକ୍ଷତା ଶ୍ରୀନିବାସ, ଶ୍ରୀ ଅଙ୍କିତ ସୋମାନି ଏବଂ ଶ୍ରୀ ଜୀତେଶ କୁମାର ଯେନ ପ୍ରମୁଖ ଉପସ୍ଥିତ ଥିଲେ I ଏଥି ସହିତ ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିରଞ୍ଜନ ବେହେରା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ବିଶ୍ୱ ରଞ୍ଜନ ନାୟକ, ବାଲେଶ୍ୱର ଉପଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜଶିର୍କେ, ନୀଳଗିରି ଉପଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ, ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ଶୁଭଶ୍ରୀ ରଥ ଓ ପ୍ରମୁଖ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ I ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଶ୍ରୀ ଠାକରେଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ବିଶ୍ୱ ରଞ୍ଜନ ନାୟକ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମ୍ବନ୍ଧୀୟ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ ନିର୍ବାଚନ କମିଶନଙ୍କ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକା ଅନୁସାରେ ନିର୍ବାଚନ ଖର୍ଚ୍ଚର ସୁପରିଚାଳନା ସମ୍ଭନ୍ଧରେ ଜିଲ୍ଲlରେ କାର୍ଯ୍ୟକାରୀ ହେଉଥିବା ପଦକ୍ଷେପ ଉପରେ ବିଶଦ ଭାବେ ଉପସ୍ଥାପନ କରିଥିଲେ I ତତ୍ସହିତ ଭିଭିଟି, ସହକାରୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଓ ଆକାଉଣ୍ଟିଂ ଟିମଙ୍କ ସମେତ ନିର୍ବାଚନର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ I ଖର୍ଚ୍ଚ ପର୍ଯ୍ୟବେକ୍ଷକ ବିଶେଷ କରି ମତଦାନ ନିମନ୍ତେ ଭୋଟର୍ ଙ୍କ ସୁବିଧା, ବୁଥ ଗୁଡ଼ିକର ସ୍ଥାନ ଓ ସ୍ଥିତି, ଇଭିଏମ ପ୍ରସ୍ତୁତି, ପୋଲିଂ ଅଧିକାରୀ, ସେକ୍ଟର ଅଧିକାରୀ, ମାଇକ୍ରୋ ପର୍ଯ୍ୟବେକ୍ଷକଙ୍କ ପ୍ରଶିକ୍ଷଣ, ନିର୍ବାଚନ ଖର୍ଚ୍ଚ ପରିଚାଳନା, ସି ଭିଜିଲ ରିପୋର୍ଟ ବାବଦରେ ବିସ୍ତୃତ ତଥ୍ୟ ବୁଝିଥିଲେ I ନିର୍ବାଚନ ଖର୍ଚ୍ଚ ସମ୍ଭନ୍ଦୀୟ କୌଣସି ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଖର୍ଚ୍ଚ ପର୍ଯ୍ୟବେକ୍ଷକ ନଜରକୁ ଆଣିବା ପାଇଁ ପରାମର୍ଶ ଦେଇଥିଲେ I ବାଲେଶ୍ୱର ଜିଲ୍ଲାର ନିର୍ଵାଚନ ପରିଚାଳନା ପ୍ରସ୍ତୁତିରେ ସନ୍ତୋଷ ବ୍ୟକ୍ତ କରିବା ସହ ଏକକାଳୀନ ନିର୍ବାଚନ ପରିଚାଳନା ସମ୍ପୂର୍ଣ୍ଣ ସ୍ୱଚ୍ଛ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ଭାବେ ସମାପନ ହେବ ବୋଲି ଆଶାବ୍ୟକ୍ତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ