ସୁଶ୍ରୀ ମମତା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ସଂଯୋଜକ ଦାୟିତ୍ୱ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ୟୁନିଟ-୨ ଅଞ୍ଚଳର ଜଣାଶୁଣା ସାମାଜିକ କର୍ମୀ ତଥା ସାମ୍ବାଦିକା ମମତା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ବିଜୁ ଜନତା ଦଳ ପକ୍ଷରୁ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀର ସଂଯୋଜକ ଭାବେ ନିଯୁକ୍ତ କରାଯାଇଛି । ବିଜୁ ଜନତା ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଏହି ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ମମତା ପ୍ରିୟଦର୍ଶିନୀ ଏହି ନିଯୁକ୍ତି ପାଇଥିବାରୁ ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଓ ବିଜୁ ଜନତା ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ସାଧୁବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି । କଣ୍ଟମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ସଂଗଠନକୁ ତୃଣମୂଳସ୍ତରରେ ଅଧିକ ସକ୍ରିୟ କରିବା ସହ ଚଳିତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ କିପରି ବିପୁଳ ବିଜୟ ହାସଲ କରିବ, ସେ ଦିଗରେ ସଦା ସର୍ବଦା କାର୍ଯ୍ୟ ଜାରି ରଖିବି ବୋଲି ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମମତା ପ୍ରିୟଦର୍ଶିନୀ ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ