ଆଜି ରବିବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ :-ଆଜିର ଦିନ ଶୁଭଫଳ ପ୍ରଦାନ କରିବ।ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଧୈର୍ଯ୍ୟ ଆତ୍ମବିଶ୍ବାସ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ ‌ ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ‌।ପ୍ରତିକାର-କିଛି ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।

ବୃଷ :-ଆଜି କମ ପରିଶ୍ରମରେ ଅଧିକ ଅର୍ଥ ରୋଜଗାରର ହେବ। କୋଟ-କଚେରୀର ବିଚାରଧୀନ ମାଲି ମୋକଦମାରେ ଜୟଯୁକ୍ତ ହେବେ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ।ପ୍ରତିକାର-ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ :-ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହେବେ।ପ୍ରତିକାର- ନାରାୟଣଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ।

କର୍କଟ :-ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ‌। ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।ପ୍ରତିକାର- ଶିବଙ୍କ ପାଖରେ ଘୃତ ଦୀପଟିଏ ଜାଳନ୍ତୁ।

ସିଂହ :-ଆଜି ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ। କ୍ରୀଡା କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ମହିଳାମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ ‌।ପ୍ରତିକାର- ଗାୟତ୍ରୀ ମନ୍ତ୍ରକୁ ଦଶଥର ଜପ କରନ୍ତୁ।

କନ୍ୟା :-ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟ ଗତସମସ୍ଯାକୁ ନେଇ ଚିକିତ୍ସକଙ୍କ ପରାମର୍ଶ ନେବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ।ପିତା ମାତାଙ୍କ ଆଶ୍ରିର୍ବାଦ ଆପଣଙ୍କୁ ଅନେକାଂଶରେ ବିଜୟୀ କରାଇବା । ପ୍ରତିକାର- ଗଣେଶ ପାଖରେ କର୍ପୁର ଆଳତୀ କରି ଆଳତୀର କଳାକୁ ମୁଣ୍ଡରେ ମାରନ୍ତୁ।

ତୁଳା :-ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ ‌। ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇବ। ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ଆକସ୍ମିକ ଖର୍ଚ୍ଚ ହୋଇପାରେ। ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସନୀୟା ହେବେ।ପ୍ରତିକାର- ମା ଲକ୍ଷ୍ମୀଙ୍କ ଦଶ ନାମକୁ ଜପ କରନ୍ତୁ।

ବିଛା :-ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ଆଗେଇ ନେବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିତ୍ର ଏବଂ ସ୍ନେହୀଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନର ଯୋଗ ଅଛି।ପ୍ରତିକାର-ହନୁମାନଙ୍କ ସିନ୍ଦୂର ମଥାରେ ଲଗାନ୍ତୁ, ହନୁମାନ ଚାଳିଶା ପାଠ କରନ୍ତୁ।

ଧନୁ :-ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ ‌। ବକେୟା ପ୍ରାପ୍ୟ ମିଳିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ ହେବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ମିଳିବ।ପ୍ରତିକାର-ହଳଦୀ ରଙ୍ଗର ରୁମାଲ ବ୍ୟବହାର କରନ୍ତୁ

ମକର :-ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ ‌। ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି।ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ।ପ୍ରତିକାର-ମା କାଳୀଙ୍କୁ ଦର୍ଶନ କରିବା ସହିତ ରାଶି ତେଲର ଦୀପଟିଏ ଜାଳନ୍ତୁ।

କୁମ୍ଭ :-ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବେ। ମିତ୍ରମାନଙ୍କ ସହିତ ସାକ୍ଷାତ ହେବ ଯାହା ଦ୍ୱାରା ମନ ଆନନ୍ଦ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ ‌।ପ୍ରତିକାର- ବୁଲା କୁକୁରକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ମୀନ :-ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।ପ୍ରତିକାର-ଦରିଦ୍ର, ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ