ବାଲେଶ୍ୱରରେ ପାଳିତ ହେଲା ଜିଲ୍ଲାସ୍ତରୀୟ ଗୀତଗୋବିନ୍ଦ ରଚୟିତା ମହାକବି ଶ୍ରୀ ଜୟଦେବ ଜୟନ୍ତୀ

ବାଲେଶ୍ୱର, (ସରୋଜ ପଣ୍ଡା):ଚଳିତ ବର୍ଷ ସାଧାରଣ ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି ଅନୁପାଳନ କରିବା ସହ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପୂର୍ବାହ୍ନ ୧୦ ଘଟିକା ସମୟରେ ଜିଲ୍ଲାପାଳଙ୍କ ନୂତନ କାର୍ଯ୍ୟାଳୟ ଠାରେ ଗୀତଗୋବିନ୍ଦ ରଚୟିତା ମହାକବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ଜୟନ୍ତୀ ସମାରୋହରେ ଜିଲ୍ଲାପାଳ ଶ୍ରୀ ଆଶୀଷ ଠାକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜୟଦେବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I ତତ୍ସହିତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିରଞ୍ଜନ ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ମନସ୍ବିନୀ ରାଉତ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ଓ ବିଭିନ୍ନ ବିଭାଗୀୟ ପଦାଧିକାରୀ ଓ କର୍ମଚାରୀ ପ୍ରମୁଖ ଯୋଗ ଦେଇ ଜୟଦେବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ