ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ କବି ଶ୍ରୀଜୟଦେବ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ସକାଳ ୯ ଘଟିକା ସମୟରେ ଶ୍ରୀଜୟଦେବ ଜୟନ୍ତୀ ଜିଲ୍ଲା ସଂସ୍କୃତି କାର୍ଯ୍ୟଳୟ ଠାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶ୍ରୀ ଜୟଦେବ ଫୋଟ ଚିତ୍ରରେ ସମସ୍ତେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜୟଦେବଙ୍କ ସାହିତ୍ୟିକ ଜୀବନ ର ଇତିହାସ ବିଷୟରେ କହିଥିଲେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାସ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସଦସ୍ୟା ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ