କେନ୍ଦ୍ରାପଡା ବ୍ଲକ କଂଗ୍ରେସ ସଭାପତି ହେଲେ ଭାଗିରଥୀ ଜେନା

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ କଂଗ୍ରେସ ସଭାପତି ଭାବେ ବାରୋ ପଞ୍ଚାୟତର ପୂର୍ବତନ ସରପଞ୍ଚ ଭାଗିରଥୀ ଜେନାଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । କେନ୍ଦ୍ରାପଡାରେ କଂଗ୍ରେସ ଦଳର ସଂଗଠନକୁ ସୁଦୃଢ କରିବା ପାଇଁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କେନ୍ଦ୍ରାପଡା ବ୍ଲକ କଂଗ୍ରେସ ସଭାପତି ଭାବେ ଶ୍ରୀ ଜେନାଙ୍କୁ ନିଯୁକ୍ତି ପ୍ରଦାନ କରିଥିବା ସମ୍ପର୍କରେ ଓଡିଶା ପ୍ରଦେଶ କଂଗ୍ରେସ କମିଟିର ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ ଜିଲ୍ଲା କଂଗ୍ରେସ ସଭାପତି ଲୋକନାଥ ମହାରଥିଙ୍କୁ ଏକ ପତ୍ର ମାଧ୍ୟମରେ ଜଣାଇଛନ୍ତି । ନବ ନିଯୁକ୍ତ ସଭାପତି ଶ୍ରୀ ଜେନା ପୂର୍ବରୁ ମଧ୍ୟ କେନ୍ଦ୍ରାପଡା ବ୍ଲକ କଂଗ୍ରେସ ସଭାପତି ଭାବେ ଅତ୍ୟନ୍ତ ନିଷ୍ଠାର ସହିତ ନିଜର ଦାୟୀତ୍ୱ ନିର୍ବାହ କରିଛନ୍ତି । ଏହି ନିଯୁକ୍ତି ନେଇ ଶ୍ରୀ ଜେନାଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି । ଏଥିସହିତ କେନ୍ଦ୍ରାପଡା ନଗର କଂଗ୍ରେସ ସଭାପତି ଭାବେ ଅବଦୁଲ କରିମ ଖାନ୍‌ଙ୍କୁ ମଧ୍ୟ ନିଯୁକ୍ତି ପ୍ରଦାନ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ