ମାଣିତରା ମେଡ଼ିକାଲରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର
ବୁଗୁଡା,(ଅନିଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ କରୁଣା ଟ୍ରଷ୍ଟ ପରିଚାଳିତ ମାଣିତରା ସରକାରୀ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଓ ସମରଝୋଳ ଶଙ୍କର ଚକ୍ଷୁ ଚିକିତ୍ସାଳୟ ର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଜୁନ ୩ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ହିଂଜିଳିକାଟୁ ନିକଟସ୍ଥ ସମରଝୋଳ ଶଙ୍କର ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ଚିତ୍ରସେନ ଗୌଡ଼ଙ୍କ ନେତୃତ୍ବରେ କର୍ମଚାରୀ ବୃନ୍ଦ ଏହି ଶିବିରରେ ଯୋଗଦେଇ ୨୩ ଜଣ ରୋଗୀଙ୍କ ଚକ୍ଷୁ ପରୀକ୍ଷା କରିଥିଲେ। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅସ୍ତ୍ରୋପଚାର କରିବା ପାଇଁ ଶଙ୍କର ଚକ୍ଷୁ ଚିକିତ୍ସାଳୟ ବସ ଯୋଗେ ସମରଝୋଳ ନିଆଯାଇଥିଲା। ମାଗଣା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମକୁ କରୁଣା ଟ୍ରଷ୍ଟ ପରିଚାଳିତ ମାଣିତରା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଡାକ୍ତର ଦୟାନିଧି ରାଉତ, ଡାକ୍ତର ଦୁର୍ଗା ପ୍ରସାଦ ବିଶ୍ୱାଳ, ସଂଯୋଜକ ଚିତ୍ତରଞ୍ଜନ ପ୍ରଧାନ, ଟେକିନିସିଆନ କାଳୀ ପ୍ରସାଦ ସାହୁ, ଫାର୍ମାସିଷ୍ଟ ସରୋଜ କୁମାର ପଟ୍ଟନାୟକ, ମହିଳା ସ୍ୱାସ୍ଥ୍ୟ କର୍ମୀ କୃଷ୍ଣ ପ୍ରିୟା ପଣ୍ଡା ଓ ଗଙ୍ଗା ସାହାଣୀ ସହଯୋଗ କରିଥିଲେ।