ଆଜି ମଙ୍ଗଳବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳ ପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇ ଯିବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାକିଥିବା ଅର୍ଥ ପାଇବା ଫଳରେ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଗୁରୁଜନମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ଆଦୌ ମନ ଲାଗି ନ ପାରେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଦୂରଯାତ୍ରାର ସୁଯୋଗ ପାଇବେ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ବ୍ୟବସାୟୀକ ସଫଳତା ମିଳିବାସହ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଉତ୍ତମ ରୋଜଗାର କରିପାରିବେ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ସହଯୋଗ ପାଇବେ। ବରିଷ୍ଠ ବ୍ୟକ୍ତିଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ଅଚାନକ ଧନ ପ୍ରାପ୍ତି ହେବାସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଆର୍ଥିକ ଉନ୍ନତି ହେବା ଫଳରେ ନୂତନ ଯୋଜନାରେ ସଫଳତା ମିଳିବାସହ ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ପିଲାଙ୍କ ସହ ଖୁସିରେ ରହିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ବାନ୍ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବାସହ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ସରକାରୀ କାମରେ ସଫଳତା ପାଇବାସହ ବ୍ୟବସାୟରେ ଭଲ ଲାଭ ପାଇବେ। ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବାସହ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମଉଜ-ମସ୍ତିରେ ସମୟ କଟିପାରେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ