ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ଚକ୍ର

ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ପରିସରରେ ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ନାଉଗାଁ ଥାନା ଆଇଆଇସି ସଂଘମିତ୍ରା ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଏସଆଇ ରଘୁନାଥ ଟୁଡୁ ଅଂଶ ଗ୍ରହଣ କରି ଏହି ନୂତନ ଆଇନ ସମ୍ପର୍କରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଶାସକ ରବି ପଟ୍ଟନାୟକ, ବସନ୍ତ ମହାନ୍ତି, ପ୍ରଶାନ୍ତ ମିଶ୍ର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ସମାଜସେବୀ ରବିନ୍ଦ୍ର କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିବା ବେଳେ ଥାନାର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ