ପବିତ୍ର ରଥଯାତ୍ରା ୨୦୨୪ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ସଦର ମହକୁମାଠାରେ ଆସନ୍ତା ୭ ଓ ୮ ତାରିଖରେ ପାଳିତ ହେବାକୁ ଥିବା ପବିତ୍ର ରଥଯାତ୍ରାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ନ ଘ. ୬ ମି ସମୟରେ ନୂତନ କଲେକ୍ଟୋରେଟର ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ଆଶୀଷ ଠାକରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ଠାକରେ ଉଦ୍‌ବୋଧନ ଦେଇ ସମସ୍ତେ ଆଗାମୀ ରଥଯାତ୍ରାକୁ ଆନନ୍ଦ ଉଲ୍ଲାସର ସହ ଶୃଙ୍ଖଳିତ ଭାବେ ପାଳନ କରିବାକୁ ନିବେଦନ କରିଥିଲେ । ରଥ ନିର୍ମାଣ ସହିତ ରଥଯାତ୍ରା ସହିତ ଜଡିତ ସମସ୍ତ ଆନୁସଙ୍ଗିକ କାର୍ଯ୍ୟକ୍ରମ ଯେପରି ସଠିକ୍ ଭାବେ ପରିଚାଳିତ ହେବ ସେଥିପାଇଁ ସମସ୍ତଙ୍କ ମଧ୍ୟରେ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସହଯୋଗ କାମନା କରିଥିଲେ । ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ନିଷ୍ଠାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରିବାକୁ ଜିଲ୍ଲାପାଳ ଶ୍ରୀ ଠାକରେ ନିର୍ଦ୍ଦେଶ ଦେଇଥିଲେ । ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ ଉଦ୍‌ବୋଧନ ଦେଇ ପବିତ୍ର ରଥଯାତ୍ରା ଜିଲ୍ଲାବାସୀଙ୍କର ଏକ ପ୍ରମୁଖ ପର୍ବ ବୋଲି କହିବା ସହିତ ଏହାର ସୁପରିଚାଳନାର ବିଭିନ୍ନ ଦିଗ ଉପରେ ଆଲୋଚନା କରି ରଥଯାତ୍ରା ଯେପରି ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ସେଥିପାଇଁ ବିହିତ ପଦକ୍ଷେପ ନିଆଯିବ ବୋଲି କହିଥିଲେ । ବିଶେଷ କରି ଭିଡ ନିୟନ୍ତ୍ରଣ, ଟ୍ରାଫିକ୍ ନିୟନ୍ତ୍ରଣ, ଆଇନ ଶୃଙ୍ଖଳା, ଶୃଙ୍ଖଳିତ ଭାବେ ରଥଟଣା ପାଇଁ ସୁବ୍ୟବସ୍ଥିତ ପଦକ୍ଷେପ ନିଆଯିବ ବୋଲି କହିଥିଲେ । ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମସ୍ତଙ୍କର ସକ୍ରିୟ ସହଯୋଗ କାମନା କରିଥିଲେ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ନାଥ। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ସୁଧାକର ନାୟକ, ଉପଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜଶିର୍କେ, ଆଇ.ଏ.ଏସ ପ୍ରୋବେସନର ଶ୍ରୀ ଦୁଲାଲ ଅଭିଷେକ ଦିଲୀପ, ଅନେକ ବୁଦ୍ଧିଜୀବୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ