ଆଜି ମଙ୍ଗଳବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…

ମେଷ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଶତୃମାନେ ପରାଜିତ ହେବା ଫଳରେ ବ୍ୟବସାୟରେ ଭଲ ଲାଭ ପାଇବେ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରି ପାରିବେ। ଶାରିରୀକ ସୁସ୍ଥତା ଦେଖା ଦେବାସହ ଶିକ୍ଷାର୍ଥୀ ମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ସ୍ତରରେ ଶକ୍ତିଶାଳୀ ହେବାସହ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ବୟସ୍କ ଲୋକମାନଙ୍କ ଆଶୀର୍ବାଦ ପାଇବେ ଓ ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଆର୍ଥିକ ଉନ୍ନତି ହେବା ଫଳରେ ନୂତନ ଯୋଜନାରେ ସଫଳତା ମିଳିବାସହ ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଆପଣଙ୍କ ସହଯୋଗକୁ ଲୋକମାନେ ଅଣଦେଖା କରିପାରନ୍ତି ତଥାପି ଆପଣ ଲୋକମାନଙ୍କୁ ସାହାଯ୍ୟ କରିବେ। ଆର୍ଥିକ ଅନାଟନ ଯୋଗୁ ପାରିପାର୍ଶୀକ ବାତାବରଣ ଅଶାନ୍ତ ରହିପାରେ। ଛାତ୍ରଛାତ୍ରୀମାନେ ସେମାନଙ୍କ ଅଧ୍ୟୟନ ପାଇଁ ଟିକେ ଚିନ୍ତିତ ରହିପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବାସହ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବାସହ ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ଇନ୍ଦ୍ରିୟ ପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଆଶା କରାଯାଉଥିବା ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ହରେଇଥିବା ଟଙ୍କା ଫେରି ପାଇବା ଫଳରେ ବ୍ୟବସାୟକୁ ବିସ୍ତାର କରିପାରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବାସହ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହ ବର୍ଦ୍ଧକ ସମାଚାର ମିଳିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ସମସ୍ତ ଦାୟିତ୍ଵ ଏକାସାଙ୍ଗରେ ନିଜ ଉପରେ ନିଅନ୍ତୁ ନାହିଁ। ଆପଣଙ୍କ ବିଚାର କ୍ଷମତାକୁ ସାଧାରଣ ଲୋକେ ପ୍ରଶଂସା କରିବେ। ନିଜର ନିଷ୍ପତ୍ତିକୁ ପ୍ରାଥମିକତା ଦେଲେ ଗବେଷଣା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବାସହ ଦୂରଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ସୁନ୍ଦର ସ୍ଥାନକୁ ପରିବାର ସହିତ ବୁଲିବା ପାଇଁ ଯାଇ ପାରନ୍ତି। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ସୁସମ୍ବାଦ ଶୁଣିବେ।ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳ କରିପାରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତ୍ରୁନାଶ, ଅଚାନକ ଧନପ୍ରାପ୍ତି ହେବାସହ ଋଣ ପରିଶୋଧ କରିବାର ବାଟ ଦେଖାଦେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ସହଯୋଗୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସଫଳତା ଲାଭ କରି ଉଚ୍ଚସମ୍ମାନ ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ବାହାର ପତିଆରା ଭଲ ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ