ଜାତୀୟ ପତାକା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଭାରତର ସ୍ୱାଧୀନତାର ୭୮ତମ ପାଳନ ଉପଲକ୍ଷେ ଆଜାଦି କା ଅମ୍ରିତ ମହୋତ୍ସବ ପାଳନ ଅବସରରେ ଅଗଷ୍ଟ ୧୩ ରୁ ୧୫ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା ଅଭିଯାନରେ ପ୍ରତ୍ୟେକ ଘରେ ଘରେ ତ୍ରିରଙ୍ଗା ଉଡାଇବା ପାଇଁ କେନ୍ଦ୍ର ସରକାର ଆହ୍ୱାନ ଦେଇଛନ୍ତି। ଏ ପରିପେକ୍ଷୀରେ ରାଜ୍ୟ ସରକାର ଆଦେଶ କ୍ରମେ ମିଶନ ଶକ୍ତି ସଂଘ ମାନଙ୍କ ମାଧ୍ୟମରେ ଜିଲ୍ଲାର ପ୍ରତ୍ୟେକ ପରିବାରକୁ ମାଗଣାରେ ଜାତୀୟ ପତାକା ବଣ୍ଟନ କରାଯିବ । ଏହି ପରିପେକ୍ଷୀ ଆଜି ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକଙ୍କ ଅଧକ୍ଷରେ ଅନୁଷ୍ଠିତ ବିତରଣ କାର୍ଯ୍ୟକ୍ରମରେ ସମସ୍ତ ବ୍ଲକ୍ ୯୦ ହଜାର ପତାକା ବଣ୍ଟନ କରାଯାଇଛି । ଏହି ପତାକା ଜିଲ୍ଲାର ସମସ୍ତ ସ୍ୱୟଂ ସହାୟିକା ଗୋଷ୍ଠିଙ୍କ ଦ୍ୱାରା ପ୍ରତ୍ୟେକ ଘର ଘର ବୁଲି ବିନା ମୂଲ୍ୟରେ ଜାତୀୟ ପତାକା ବଣ୍ଟନ କରାଯିବ। ଏହି ବଣ୍ଟନ କାର୍ଯ୍ୟକ୍ରମରେ ଟିମନ ଵାରା, ଜିଲ୍ଲା ମିଶନ ଶକ୍ତି ସଂଯଜକ , ମନସ୍ମିତା ପାତ୍ର, ଡିପିଏ, ମିଶନ ଶକ୍ତି, ଜିଲ୍ଲା ସଂସ୍କୃତ ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ଓ ସମସ୍ତ ସ୍ୱୟଂ ସହାୟିକା ଗୋଷ୍ଠି ର ମହିଳା ଓ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ପତାକା ବଣ୍ଟନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।