ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ
ଭଞ୍ଜନଗର,(ସନ୍ତୋଷ ଜେନା):ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ଓ ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ସୁଜିତ କୁମାର ନାୟକ ଅଭିଯୋଗ ଶୁଣାଣିରେ ସମୁଦାୟ 98ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 91ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ 7ଟି ଥିଲା, ଉପ ଜିଲ୍ଲାପାଳ ତ୍ୱରିତ 8ଟି ଅଭିଯାଗର ଫଇସଲା କରିଥିଲେ। ଅଭିଯାଗ ସମୟରେ ଉପ ଜିଲ୍ଲାପାଳ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ଦଶହଜାର ଏବଂ ଅନ୍ୟ ଜଣଙ୍କୁ ସାତହଜାର ଟଙ୍କା ପ୍ରଦାନ କରିଥିଲେ| ଏହା ସହିତ ଛଅ ଜଣଙ୍କୁ ବିଧବା,ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିଲା| ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଉପଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ, ଭଞ୍ଜନଗର ଅତରିକ୍ତ ଉପଜିଲ୍ଲାପାଳ ବିଶ୍ଵରଂଜନ କର, ଦକ୍ଷିଣ ବନଖଣ୍ଡ ଅଧିକାରୀ ଶ୍ରୀବିନୋଦ ଆଚାର୍ଯ୍ୟ ,ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପି.ପଦ୍ମା,ଭଂଜନଗର ଗୋଷ୍ଠୀ ଉନୟନ୍ନ ଅଧିକାରୀ ମନ୍ମଥ କୁମାର ନାୟକ, ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର,ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l