ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଉଦୟପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀବରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଉଦୟପୁର ଗ୍ରାମ ପଞ୍ଚାୟତ ସମେତ କିରାମା, ଅନୁଗୁରୁ ଓ ପାରିମେଲା ପଞ୍ଚାୟତର ସମୁଦାୟ ମୋଟ- ୮୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୩ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୩ ଗୋଟି ଓ ୫ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପାଞ୍ଚ ଜଣଙ୍କୁ ୨୨ ହଜାର ଟଙ୍କା ଆର୍ଥିକସହାୟତା ପ୍ରଦାନ କରାଯାଇଥିବା ବେଳେ ୬ ଜଣଙ୍କୁ ଜଙ୍ଗଲ ଜମିପଟ୍ଟା ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମାଳତୀ ପ୍ରଧାନ, ଅଧ୍ୟକ୍ଷା,ପଞ୍ଚାୟତ ସମିତି ନୂଆଗଡ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋକନାଥ ଶବର, ଡେପୁଟି କଲେକ୍ଟର କମଳକାନ୍ତ ପଣ୍ଡା, ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ