ପୂର୍ବତନ ପାଣି ପଞ୍ଚାୟତ ସଭାପତିଙ୍କ ପରଲୋକ

ବନ୍ତ, (ଚାନ୍ଦିନୀ ମହାନ୍ତି):ଶୁକ୍ରବାର ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ତାଳବାଙ୍କ ଗ୍ରାମର ପୂର୍ବତନ ପାଣି ପଞ୍ଚାୟତ ସଭାପତି କାହ୍ନୁ ଚରଣ ନାୟକ(୭୭)ଙ୍କର ପରଲୋକ ଘଟିଛି । ଗତ କିଛି ଦିନ ତଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇ ଚିକିତ୍ସା କରାଯାଇଥିଲା । ପରେ ସେ ଘରକୁ ଆସିଥିଲେ । ଗୁରବାର ସେ ପୁନଶ୍ଚ ଅସୁସ୍ଥ ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ପରଲୋକ ଘଟିଛି । ତାଙ୍କ ମରଶରୀରକୁ ଗ୍ରାମକୁ ଅଣାଯାଇ ଅନ୍ତିମ ସତ୍କାର କରାଯାଇଥିଲା । ବଡ ପୁଅ ବିଶ୍ୱନାଥ ମୁଖାଗ୍ନି ଦେଇଥିଲେ । ମୃତ୍ୟୁ ଶର୍ଯ୍ୟା ନିକଟରେ ପତ୍ନୀ, ସାନପୁଅ ଗୋପିନାଥ, ବୋହୁ, ଝିଅ, ଜ୍ୱାଇଁ, ନାତି, ନାତୁଣୀଙ୍କ ସମେତ ପରିବାରବର୍ଗ ଓ ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ । ସେ ପୂର୍ବରୁ ହାଟଡିହୀ ଶାଖା କେନାଲ ପାଣି ପଞ୍ଚାୟତର ସଭାପତି ଭାବେ କାର୍ଯ୍ୟ କରିଥିଲେ । ସେ ବିଜୁ ଜନତା ଦଳର ଜଣେ ବରିଷ୍ଠ କର୍ମୀ ଥିଲେ । ତାଙ୍କ ପ୍ରଚେଷ୍ଟାରେ ଗ୍ରାମ୍ୟ ରାସ୍ତା ଠାରୁ ଆରମ୍ଭ କରି ବହୁ ଉନ୍ନୟନମୂଳକ କାର୍ଯ୍ୟ ହୋଇପାରିଛି । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ