ଭିନ୍ନକ୍ଷମ ପିଲାମାନେ ସାଧାରଣ ପିଲାଙ୍କ ଠାରୁ କୌଣସି ଗୁଣରେ କମନୁହନ୍ତି
ମୟୁରଭଞ୍ଜ,(ମୁରାରୀ ମୋହନ ମହାପାତ୍ର):ବାରିପଦା ଗୋଷ୍ଟି ଶିକ୍ଷା ଅଧ୍ବକାରୀ, ଜିଲ୍ଲା ଆଇନ ସେବା ପ୍ରାଧ୍ଵକରଣ ଓ ସାଧନା ସ୍ଵେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ -୨୦୨୪ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି. ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ଘାଟନ କରି ଭିନ୍ନକ୍ଷମ ପିଲାମାନେ ସାଧାରଣ ପିଲାଙ୍କ ଠାରୁ କୌଣସି ଗୁଣରେ କମ ନୁହନ୍ତି ବୋଲି ନିଜ ଅଭିଭାଷଣରେ କହିଥିଲେ. ଅନ୍ୟତମ ଅତିଥି ଭାବରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପୁନମ ଜେନା,ସାଧନାର ନିର୍ଦେଶକ ରଞ୍ଜିତ ମହାପାତ୍ର, ଗୋଷ୍ଠୀଶିକ୍ଷା ଅଧିକାରୀ ନଳିନୀକାନ୍ତ ପ୍ରଧାନ, ଜିଲ୍ଲା ଭିନ୍ନକ୍ଷମ ସଂଯୋଜକ ନିରଞ୍ଜନ ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅବିନାଶ ପଣି ପ୍ରମୁଖ ଯୋଗଦେଇ ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯାଇଅଛି. ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କ
ମଧ୍ୟରେ ଥିବା ବିବିଧତାକୁ ସାମାଜିକ ସ୍ତରରେ ଗ୍ରହଣୀୟ କରିବା ଏହି ଦିବସର ମୂଳ ଲକ୍ଷ୍ୟ ବୋଲି କହିଥିଲେ. କାର୍ଯ୍ୟକ୍ରମ ପୂର୍ବରୁ
ଏକ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା. ଏହାର ଉଦଯାପନୀ ଉତ୍ସବରେ ଜିଲ୍ଲା ଦୌରା ଜଜ ତଥା ଜିଲ୍ଲା ଆଇନିସେବା ପ୍ରାଧିକରଣର ଅଧ୍ୟକ୍ଷ ଅରବିନ୍ଦ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପିଲାମାନଙ୍କୁ ପୁରସ୍କାର ବିତରଣ କରିବା ସହିତ ବିଭିନ୍ନ ପ୍ରକାର ଉପକରଣ ବଣ୍ଟନ କରିଥିଲେ. ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅନ୍ୟତମ ସଦସ୍ୟ ରବୀନ୍ଦ୍ର କୁମାର ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପସ୍ବିନୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ. ଏହି ଅବସର ରେ ପିଲାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ୮୫ ଜଣ ଭିନ୍ନକ୍ଷମ ପିଲାଙ୍କୁ ୧୯୧ ପ୍ରକାରର ବିଭିନ୍ନ ଉପକରଣ ବଣ୍ଟନ କରଯାଇଥିଲା.