ଆବାସିକ ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ନେଇ ସଚେତନତା ରାଲି ଜଙ୍ଗଲ ନିଆଁ ନିବାରଣ ସଚେତନତା ରାଲି

ରାୟଗଡ଼ା( ଦୁର୍ଗା ପ୍ରସାଦ ପାଢ଼ୀ) : ରାୟଗଡା ବନାଞ୍ଚଳ ତରଫରୁ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ତାଡମା ଆବାସିକ ଉଚ୍ଚ ବିଦ୍ୟାଳୟ ର ୧୨୦ ଜଣ ଛାତ୍ର ଛାତ୍ରୀ ଓ ୧୭ ଜଣ ସ୍କୁଲ ଶିକ୍ଷକ ଓ ଶିକ୍ଷୟତ୍ରୀ ଙ୍କୁ ନେଇ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା । ଏହି ରାଲି କୁ ବନାଞ୍ଚଳ ଅଧିକାରୀ ଶ୍ରୀ କାମେଶ୍ଵର ଆଚାରୀ ଓ ଆବାସିକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ଲକ୍ଷ୍ମୀ ନାରାୟଣ ପାଳ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ର।ଲି ଗୋପାଳପୁର ଗ୍ରାମ ଠାରୁ ତାଡମା ଗ୍ରାମ ପର୍ଯ ନ୍ତ ହୋଇଥିଲା । ଏଥି ମଧ୍ୟରେ ଗୋପାଳପୁର ଗ୍ରାମ , ତାଡମା ଗ୍ରାମ ଓ ଚିନ୍ତାଲୀଗୁଡା ଗ୍ରାମ ଗୁଡିକରେ ବନକର୍ମଚାରୀ ଏବଂ ଛାତ୍ର ଛାତ୍ରୀ ମାନେ ସ୍ଲୋଗାନ ମାଧ୍ୟମରେ ଜଙ୍ଗଲ ନିଆଁ ନିବାରଣ ସଚେତନତା ବାର୍ତ୍ତା ଦେଇଥିଲେ । ଏହି ବାର୍ତ୍ତା ଦ୍ବାରା ଆଗାମୀ ଗ୍ରୀଷ୍ମ ଋତୁ ରେ ଜଙ୍ଗଲ ନିଆଁ କୁ କିପରି ନିୟନ୍ତ୍ରଣ ଓ ନିବାରଣ କରିବା ଓ ଜଙ୍ଗଲ ରେ କିପରି ନିଆଁ ନ ଲାଗିବ ସେ ଉପରେ ପ୍ରୟାସ ଓ ସେଥିରେ ବନ ବିଭାଗ କୁ ସହଯୋଗ କରିବାକୁ ଲୋକମାନଙ୍କୁ ଅନୁରୋଧ କରାଯାଇଥିଲା । ଏହା ସହ ଜଙ୍ଗଲ ନିଆଁ ଦ୍ବାରା ଜଙ୍ଗଲ ର କ୍ଷତି ଓ ତା ଦ୍ବାରା ମାନବ ସମାଜ ଉପରେ କି ପ୍ରକାର କୁପ୍ରଭାବ ପଡ଼େ ସେ ଉପରେ ଗ୍ରାମବାସୀ ଙ୍କ ସହ ଆଲୋଚନା କରାଯାଇଥିଲା ଓ ଆଗାମୀ ଦିନ ମାନଙ୍କରେ ଜଙ୍ଗଲ ନିଆଁ କିପରି ସମ୍ପୂର୍ଣ ବନ୍ଦ କରାଯାଇ ପାରିବ ସେ ବିଷୟରେ ଉପରୋକ୍ତ ଗ୍ରାମବାସୀ ଙ୍କୁ ମାର୍ଗଦର୍ଶନ କରାଯାଇଥିଲା ।
ଏହି ର।ଲି ରେ ୫ ଜଣ ବନପାଳ , ୧୫ ଜଣ ବନରକ୍ଷୀ , ୩୦ ଜଣ ପାରା ବନ କର୍ମଚାରୀ , ୧୨୦ ଜଣ ଛାତ୍ର ଛାତ୍ରୀ ଙ୍କ ସହ ୧୭ ଜଣ ସ୍କୁଲ ଶିକ୍ଷକ ଓ ଶିକ୍ଷୟତ୍ରୀ ଭାଗ ନେଇଥିଲେ ।
ଏହି କାର୍ଯକ୍ରମ ଟି ରାୟଗଡା ବନପାଳ ଶ୍ରୀ ଗୌରି ଶଙ୍କର ସାହୁ , ଗୁମ୍ମା ବନପାଳ ଶ୍ରୀ ଡମ୍ବରୁଧର ନାୟକ, କୁମତାଲପେଟା ବନପାଳ ଶ୍ରୀ ପ୍ରଦ୍ୟୁମ୍ନ କୁମାର ବେହେରା , ବନପାଳ ଶ୍ରୀମତୀ ପଦ୍ମାବତୀ ପାଢି ଏବଂ ବନପାଳ ଶ୍ରୀ ରବି ଚନ୍ଦ୍ର ପାତ୍ର, ବନରକ୍ଷୀ ଶ୍ରୀ ସନ୍ତୋଷ କୁମାର ପାଣିଗ୍ରାହୀ , ଶ୍ରୀ ସମୀର କୁମାର ସାହୁ, ଶ୍ରୀମତୀ ଶକୁନ୍ତଳା କୋଣ୍ଡାଗୋରୀ , ଶ୍ରୀ ବି ଭାସ୍କର , ଶ୍ରୀ ପ୍ରସାଦ ବେହେରା , ଶ୍ରୀ ପ୍ରଦୀପ ସାହୁ , ଶ୍ରୀ ଲାବଣ୍ୟ ମାଝି ଙ୍କ ଦ୍ବାରା ସୁ ପରିଚାଳନା କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ