ଓଡ଼ିଶା ଆସୁଛନ୍ତି ରୁପା

ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଜ୍ୟସଭା ସାଂସଦ ରୁପା ଗାଙ୍ଗୁଲି । ଗାଙ୍ଗୁଲି ନବରଙ୍ଗପୁର, ଜୟପୁର ଏବଂ ମାଲକାନଗିରିରେ ନାଗରିକତା ସଂଶୋଧନ ଆଇନ ଜନଜାଗରଣ କାର୍ଯ୍ୟକ୍ରମରେ ଯୋଗ ଦେବେ । ଗାଙ୍ଗୁଲି ମଙ୍ଗଳବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ହେଲିକପ୍ଟର ଯୋଗେ ନବରଙ୍ଗପୁର ଜିଲ୍ଲା ରାଇଘର ଗସ୍ତ କରିବେ । ଗାଙ୍ଗୁଲି ରାଇଘର ମିନି ଷ୍ଟାଡିୟମରରେ ଅପରାହ୍ନ ୧ଟାରେ ପହଞ୍ଚି ନାଗରିକତା ସଂଶୋଧନ ଆଇନ ସମ୍ପର୍କରେ ସାଧାରଣ ସଭାରେ ସମ୍ଭୋଧିତ କରିବେ । ୨୨ ତାରିଖରେ ଗାଙ୍ଗୁଲି ମାଲକାନଗିରିଠାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ସଚେତନ କରାଇବେ ଏବଂ ଅପରାହ୍ନ ଗୋଟାଏରେ ଜୟପୁରରେ ପହଞ୍ଚି ନାଗରିକତା ସଂଶୋଧନ ଆଇନର ବିଭିନ୍ନ ଦିଗ ସଂପର୍କରେ ସାଧାରଣ ଜନତାଙ୍କୁ ଅବଗତ କରାଇବେ ବୋଲି ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ ସୂଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ