ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀ ପିଲାଙ୍କୁ ଦିଆଯିବ ସ୍ପୋକନ୍ ଇଂଲିଶ୍‌ ଶିକ୍ଷା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀ ପିଲାଙ୍କୁ ଦିଆଯିବ ସ୍ପୋକନ ଇଂଲିଶ ଶିକ୍ଷା। ପିଲାମାନଙ୍କୁ ଇଂରାଜୀ ଶିକ୍ଷା ଦେବାକୁ ଅଭିଭାବକଙ୍କ ଆଗ୍ରହ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ସେ କହିଛନ୍ତି ଯେ, ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ସହ ଇଂରାଜୀ ଭାଷାରେ ପ୍ରାଧାନ୍ୟ ଦେବାକୁ ଅଭିଭାବକମାନେ ମୋଟା ଅଙ୍କର ଅର୍ଥ ଖର୍ଚ୍ଚ କରି ସେମାନଙ୍କୁ ଘରୋଇ ସ୍କୁଲରେ ପଢ଼ାୋଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏଣିକି ସରକାରୀ ସ୍କୁଲରେ ମଧ୍ୟ ପିଲାଙ୍କୁ ଇଂରାଜୀ ଶିକ୍ଷା ଦିଆଯିବା ଉପରେ ଗୁରୁତ୍ୱ ଦିଆଯିବ। ଏଥିସହ ବିଭିନ୍ନ ଜିଲ୍ଲାରେ ଭିତ୍ତିଭୂମି ଥିବା ୧୦୦ଟି ସ୍କୁଲ ଅଫ୍ ଏକ୍ସିଲେନ୍ସିରେ ଇଂରାଜୀ ଶିକ୍ଷାକୁ ଗୁରତ୍ୱ ଦିଆଯିବ । ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ଉପସ୍ଥାନକୁ ଅନ୍‌ଲାଇନ କରାଯିବାକୁ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉଦ୍ୟମ ହେଉଛି। ନିମାପଡାରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ମନ୍ତ୍ରୀ ସୂଚନା ଦେଇଛନ୍ତି। ଏହି ବୈଠକରେ ୨୯୪ଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସିଆରସିସି, ବ୍ଲକ ଶିକ୍ଷା ଅଧିକାରୀ ଓ ମଣ୍ଡଳ ଅଧିକାରୀମାନେ ଯୋଗ ଦେଇଥିଲେ । ମୋ ସରକାର, ମାଟ୍ରିକ ପରୀକ୍ଷା, ସରକାରୀ ଯୋଜନାରେ ଅନୁଦାନ ଅର୍ଥର ବିନିଯୋଗ, ଫୋନି କ୍ଷତିଗ୍ରସ୍ତ ବିଦ୍ୟାଳୟର ପୁନରୁଦ୍ଧାର ସହ ୧୯ଟି ପ୍ରସଙ୍ଗରେ ସମୀକ୍ଷା ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ