ଜିଲ୍ଲା ସ୍ତରୀୟ ରାଜସ୍ୱ ସମୀକ୍ଷା ବୈଠକ

କେନ୍ଦ୍ରାପଡା,(ଯୁଗାବ୍ଦ ନ୍ୟୁଜ୍‌): ଜିଲ୍ଲା ସ୍ତରୀୟ ରାଜସ୍ୱ ସମୀକ୍ଷା ବୈଠକ ବୁଧବାର ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟର ଅତିରିକ୍ତ ଜିଲ୍ଲାପାଳଙ୍କ ଚାମ୍ବରରେ ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଦାଖଲ ଖାରଜ ମାମଲା ଗୁଡିକର ତୁରନ୍ତ ଫଇସଲା, ଜବରଦଖଲମାମଲା ଗୁଡିକର ତୁରନ୍ତ ଫଇସଲା,ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମିପଟ୍ଟା ଯୋଗାଇଦେବା ଓ ରାଜସ୍ୱ ଆଦାୟ ଉପରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଉତ ଗୁରୁତ୍ୱାରୋପ କରିଥିଲେ । ଏହି ବୈଠକରେ ଗରଦପୁର ତହସିଲଦାର ଉମାକାନ୍ତ ବିଶ୍ୱାଳ,କେନ୍ଦ୍ରାପଡା ତହସିଲଦାର ହେମଲତା ବାହାଲିଆଙ୍କ ସମେତ ସମସ୍ତ ତହସିଲଦାର ଓ ଅତିରିକ୍ତ ତହସିଲଦାରମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ