କୋରୋନା ଭାଇରସ୍‌ ଆତଙ୍କ : ଇଣ୍ଡିଗୋ ଏବଂ ଏୟାର ଇଣ୍ଡିଆ ବାତିଲ

ନୂଆଦିଲ୍ଲୀ : କୋରୋନା ଭାଇରସ୍‌ ଆକ୍ରାନ୍ତରେ ଚୀନ୍‌ରେ ୧୩୨ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୬ ହଜାରରୁ ଅଧିକ ସଂକ୍ରମିତ ହୋଇଛନ୍ତି । ଏହାର ପ୍ରଭାବରେ ଇଣ୍ଡିଗୋ ଏୟାର ଲାଇନ୍ସ ଏବଂ ଏୟାର ଇଣ୍ଡିଆ ଚୀନ୍‌କୁ ଯାତ୍ରା କରୁଥିବା ନିଜର ବିମାନର ଯାତ୍ରା ବାତିଲ କରିଛନ୍ତି । ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଫେବୃୟାରୀ ୧ରୁ ଫେବୃୟାରୀ ୨୦ ମଧ୍ୟରେ ଚୀନ୍‌କୁ ଯାତ୍ରା କରିବାକୁ ଥିବା ସମସ୍ତ ବିମାନ ଯାତ୍ରା ବାତିଲ କରାଯାଇଛି । ଏହା ସହିତ ହଂକଂକୁ ମଧ୍ୟ ବିମାନ ଯାତ୍ରା ବାତିଲ୍‌ କରିଛି ଇଣ୍ଡିଗୋ । ଅପରପକ୍ଷରେ ଏୟାର ଇଣ୍ଡିଆ ଜାନୁୟାରୀ ୩୧ରୁ ଫେବୃୟାରୀ ୧୪ ମଧ୍ୟରେ ଚାଲିବାକୁ ଥିବା ସମସ୍ତ ବିମାନକୁ ବାତିଲ କରିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ