କେନ୍ଦ୍ରାପଡା କଲେଜ ପାଚେରୀ ନିର୍ମାଣ ପାଇଁ ଶିଳାନ୍ୟାସ କଲେ ବିଧାୟକ
କେନ୍ଦ୍ରାପଡା – କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଚର୍ତୁପାଶ୍ୱର୍ରେ ପାଚେରୀ ନିର୍ମାଣ ନିମନ୍ତେ ରାଜ୍ୟ ସରକାର ଏକ କୋଟି ଟଙ୍କାର ଅନୁଦାନ ମଞ୍ଜୁର କରିଥିଲେ । ଗୁରୁବାର ପୂର୍ବାହ୍ନରେ କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା କଲେଜ ପରିସରରେ ନୂତନ ପାଚେରୀ ନିର୍ମାଣ ନିମନ୍ତେ ଶିଳାନ୍ୟାସ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ପ୍ରଫେସର ଡଃ.ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀ,ଅଧ୍ୟାପକ ରଞ୍ଜିତ କୁମାର ଦାସ, ବ୍ଲକ ଅଧ୍ୟକ୍ଷ ଅନାମବନ୍ଧୁ ଧଳ, ଯୁବନେତା ମହେନ୍ଦ୍ର ମିଶ୍ର, ଆଇନଜୀବି ଦେବଦାସ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । କେନ୍ଦ୍ରାପଡା ପୂର୍ତ୍ତ ଡିଭିଜନ ନମ୍ବର – ୧ ଦ୍ୱାରା ଏହି କଲେଜ ପାଚେରୀ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି ।


