ବୁଦ୍ଧଗିରି ବିଦ୍ୟାପୀଠର ବାର୍ଷିକ ଉତ୍ସବ

ବୁଗୁଡା – ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ବି.ଡି.ପୁର ବୁଦ୍ଧଗିରି ବିଦ୍ୟାପୀଠର ବାର୍ଷିକ ଉତ୍ସବ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି। ବର୍ଷିକତ୍ସବକୁ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ। ଏହି କାର‌୍ୟ୍ୟକ୍ରମରେ ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ତଥା ପାରଳାଖେମୁଣ୍ଡି ମହାରାଜ ହାଇ ସ୍କୁଲର ପ୍ରଧାନ ଶିକ୍ଷକ ଡ଼ଃ ବୃଷକେତୁ ଦାଶ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିବା ବେଳେ ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା,ବୁଗୁଡା ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା, ଅବସରପ୍ରାପ୍ତ ଶିକ୍ଷକ ସଂଘ ସଭାପତି ବିଶ୍ୱମୋହନ ମିଶ୍ର ଓ ବୁଦ୍ଧଖୋଲ ଉନ୍ନୟନ ସମିତି ସମ୍ପାଦକ ସୁରେଶ ଚନ୍ଦ୍ର ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ୱରୂପ ରଞ୍ଜନ ମହାନ୍ତି ଅଧ୍ୟକ୍ଷତା କରିଥିବା ବେଳେ ଦିବ୍ୟ ଚରଣ ଦାଶ ବାର୍ଷିକ ବିବରଣୀ ପଠନ କରିଥିଲେ।ଏହି ଅବସରରେ ଏହି ଶିକ୍ଷାନୁଷ୍ଠାନରୁ ଅବସର ନେଇଥିବା ଲମ୍ବୋଦର ଦାଶ,ଭୀମରାଓ ଦୋରା ଓ କମ୍ବୁପାଣି ଦାଶ ଏବଂ ଉତ୍ତମ ସେବା ପାଇଁ ଗୋବିନ୍ଦ ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ।କ୍ରୀଡା ଶିକ୍ଷକ ଅମର ସାହୁ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ସାସ୍କୃତିକ କ।ର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ