ଚିରିକିପଡା ଶାସନ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ପୋଲସରା,(ଯୁଗାବ୍ଦ ନ୍ୟୁଜ୍‌): ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି।ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବାର୍ଷିକ ଉତ୍ସବକୁ ଉଦଘାଟନ କରିଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୋଲସରା ବିଇଓ ତ୍ରିଲୋଚନ ତ୍ରିପାଠୀ, ଜିଲ୍ଲା ପରିଷଦ ସଦସ୍ୟା, ସ୍ଥାନୀୟ ସରପଞ୍ଚ ଓ ସମିତି ସଭ୍ୟ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି ଅବସରରେ ଅତିଥି ବୃନ୍ଦଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଶେଷରେ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ