ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଡସ ସଚେତନତା କାର୍ଯ୍ୟକ୍ରମ
ଛତ୍ରପୁର ,(ଯୁଗାବ୍ଦ ନ୍ୟୁଜ୍): ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଜୁନିଅର କଲେଜର) ୟୁଥ୍ ରେଡ୍ କ୍ରସ ସେଲ୍ ଦ୍ୱାରା ଏଡ଼ସ ସଚେତନତା ଉପରେ ଏକ ଆଭିମୁଖୀକରଣ ଅଧ୍ୟକ୍ଷା ସସ୍ମିତା ସାମନ୍ତରାୟଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡ଼. ସୁଦର୍ଶନ ସାହୁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ଡ. ସାହୁ ମାନବ ସମାଜ ଉପରେ ଏଡସର କୁପ୍ରଭାବ ବିଷୟରେ ଛାତ୍ରୀମାନଙ୍କୁ ସଚେତନ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପିକା, କର୍ମଚାରୀ ଓ ଯୁକ୍ତ ଦୁଇ କଳାର ଛାତ୍ରୀମାନେ ଯୋଗ ଦେଇଥିଲେ ।