ଶ୍ରୀ ବିରଞ୍ଚୀନାରାୟଣ ନୋଡାଲ ବାଳିକା ଉଚ୍ଚ ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା
ବୁଗୁଡା – ବୁଗୁଡା ଶ୍ରୀ ବିରଞ୍ଚୀନାରାୟଣ ନୋଡାଲ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାର ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ମେଳାରେ ଏସଏମସି ସଭାପତି ଶଙ୍କର ସେଠୀ ଓ ସିଆରସିସି ପ୍ରତାପ କୁମାର ଖଡଙ୍ଗା ଅତିଥି ଭାବରେ ଯୋଗ ଦେଇଥିଲେ। ବିଦ୍ୟାଳୟର ୨୧୦ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଥିଲା। କାର୍ୟ୍ୟକ୍ରମ ପରିଚାଳନାରେ ଲକ୍ଷ୍ମୀପ୍ରିୟା ବେହେରା,କାଦମ୍ବିନୀ ପାଣିଗ୍ରାହୀ ପ୍ରମୁଖ ଶିକ୍ଷୟିତ୍ରୀ ବୃନ୍ଦ ସହଯୋଗ କରିଥିଲେ।


