ଦିନ ୧ଟା ସୁଦ୍ଧା ମତଦାନ ୧୯ ପ୍ରତିଶତ

ନୂଆଦିଲ୍ଲୀ: – ଶନିବାର ସକାଳ ୮ଟା ବେଳେ ଜାତୀୟ ରାଜଧାନୀ ଦିଲ୍ଲୀର ୭୦ଟି ବିଧାନସଭା ଆସନ ନିମନ୍ତେ ୧୩, ୭୫୧ଟି ବୁଥ୍ରେ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ସନ୍ଧ୍ୟା ୬ଟା ଯାଏଁ ଏହି ସବୁ ବୁଥଗୁଡ଼ିକରେ ଭୋଟ୍ ଗ୍ରହଣ ଚାଲିବ। ଏଥିରେ ୬୭୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ମିଳିଥିବା ସୂଚନାଅନୁସାରେ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଅପରାହ୍ଣ ୧ଟା ସୁଦ୍ଧା ମାତ୍ର ୧୯ ପ୍ରତିଶତ ମତଦାନ ହୋଇଥିବା ଜଣାଯାଇଛି । ଏହି ମତଦାନ ପ୍ରକ୍ରିୟାରେ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇ ନିଜ ନିଜର ଅଧିକାର ସାବ୍ୟସ୍ତ କରିଛନ୍ତି।ଏମାନଙ୍କ ମଧ୍ୟରେ ଅଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ତାଙ୍କ ପତ୍ନୀ ସବିତା କୋବିନ୍ଦ। ଉଭୟେ ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟସ୍ଥିତ ମତଦାନ କେନ୍ଦ୍ରରେ ମତଦାନ କରିଛନ୍ତି ।
ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଲ .କେ ଆଡଭାନି ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ସେହିପରି ନୂଆଦିଲ୍ଲୀ ବିଧାନସଭା ପୋଲିଂ ବୁଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ୍ ସପରିବାର ମତଦାନ କରିଛନ୍ତି। ତାଙ୍କ ସହ ପତ୍ନୀ ସୁନୀତା କେଜରିୱାଲ, ପୁଅ ପୁଲକିତ ଏବଂ ପିତା ମାତା ବି ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ